Sunday, August 23, 2026
24.2 C
Odisha

    ରାଜ୍ୟରେ ଚାରି ଡିଗ୍ରୀ ଯାଏଁ ବଢିବ ତାତି, ୫ ତାରିଖ ପର୍ଯ୍ୟନ୍ତ ଦିନର ସର୍ବାଧିକ ତାପମାତ୍ରା ୨ ରୁ ୪ ଡିଗ୍ରୀ ରହିବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ରାଜ୍ୟରେ ଚାରି ଡିଗ୍ରୀ ଯାଏଁ ବଢିବ ତାତି । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଦିନର ସର୍ବାଧିକ ତାପମାତ୍ରା ୨ ରୁ ୪ ଡିଗ୍ରୀ ସେଲସିୟସ ରହିବ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗଳୁଗୁଳି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଭୀଷଣ ଗରମ ଓ ଗୁଳୁଗୁଳି ହୋଇପାରେ ।

    ସେପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ। ପ୍ରଭାବରେ ଆସନ୍ତା ଦୁଇ ତିନିଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ପବନ ବହିବାର ସମ୍ଭାବନା ରହିଛି। ଘଣ୍ଟାପ୍ରତି ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହେବ। ଏଥିପାଇଁ ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ସହ ରାୟଗଡ଼ା ଓ ଗଜପତି ଜିଲ୍ଲାକୁ Orange Warning ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

    ଓଡ଼ିଶା ଓ ଏହାର ସଂଲଗ୍ନ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏପରି ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନ୍ୟ କେତେକ ଜିଲ୍ଲା ପାଇଁ ୪୦-୫୦ କିମି ଓ ୩୦-୪୦ କିମି ବେଗରେ ପବନ ବହିବା ଆଶଙ୍କାରେ ସେହିସବୁ ଜିଲ୍ଲାମାନଙ୍କୁ Yellow Warning ଜାରି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    96 %
    1.2kmh
    100 %
    Sat
    24 °
    Sun
    29 °
    Mon
    29 °
    Tue
    26 °
    Wed
    27 °

    ସମ୍ବନ୍ଧିତ