Wednesday, March 11, 2026
32.7 C
Odisha

    ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି, ଆସନ୍ତା ୨୪ ଘଣ୍ଟାରେ ୪ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି ।  ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ । ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟର ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।

    ସେପଟେ ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

    ସେହିପରି ଗତକାଲିର ସୂଚନା ଥିଲା କି, ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ । ଗତ ୨୪ ଘଣ୍ଟା ମଧ୍ୟରେ ୩୭.୬ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିଭଳି ରାୟଗଡ଼ାରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି ।

    ସେପଟେ ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.7 ° C
    32.7 °
    32.7 °
    22 %
    2kmh
    0 %
    Wed
    37 °
    Thu
    37 °
    Fri
    39 °
    Sat
    40 °
    Sun
    38 °

    ସମ୍ବନ୍ଧିତ