ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ମେ’ ୨୫ ତାରିଖରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ଭୁବନେଶ୍ୱର ଏବଂ ପୁରୀ ଲୋକସଭା ଆସନ ଓ ଏଥିରେ ଅନ୍ତର୍ଭୁକ୍ତ ଥିବା ୪୨ଟି ବିଧାନସଭା ଆସନରେ ନିର୍ବାଚନ ହେବ।ଏହି ସବୁ ଆସନ ପାଇଁ ଆଜିଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ଏହା ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ।ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ।