Friday, October 2, 2026
29.9 C
Odisha

    ରାଜ୍ୟରେ ବଜ୍ରପାତ: ଦିନକରେ ୯ ଜଣଙ୍କ ମୃତ୍ୟୁ, ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍‌ଣରେ ବଜ୍ରପାତ ଜନିତ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ମିଳିବ। ଆହତମାନଙ୍କ ଚିକିତ୍ସା ରାଜ୍ୟ ସରକାର କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
    ସୂଚନା ଅନୁସାରେ ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ମେର୍ଦ୍ଦା ପଞ୍ଚାୟତର ସିଙ୍ଗାରପୁର ଗ୍ରାମର ଲଛମନ ଓ ତାଙ୍କ ସ୍ତ୍ରୀ ଶାକର ନିଜର ବିଲରେ ତଳି ରୋଉଥିବା ବେଳେ ଅପରାହ୍ନରେ ପ୍ରବଳ ବର୍ଷା ସାଙ୍ଗକୁ ଘନଘନ ବିଜୁଳି ମାରିବାରୁ ସମସ୍ତେ ତରତର ହୋଇ ଘରକୁ ଫେରୁଥିଲେ। ତେବେ ଦମ୍ପତି ଦ୍ବୟ ବିଲରେ କାମ ଜାରି ରଖିଥିଲେ। ଫଳରେ ଏକ ଭୟଙ୍କର ବଜ୍ରାଘାତରେ ଉଭୟଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକ ତାଙ୍କୁ ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଯୋଗେ ବେତନଟୀ ଡାକ୍ତରଖାନାଳୁ ନେଇଯାଇଥିଲେ। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଡାକ୍ତରଖାନା କର୍ତୃପକ୍ଷଙ୍କ ସୂଚନାକ୍ରମେ ବୈଶିଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.9 ° C
    29.9 °
    29.9 °
    59 %
    1.3kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ