ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବନ୍ଦ ହେବ ଗୁଟଖା ବ୍ୟବସାୟ । ନା ହେବ ଉତ୍ପାଦନ, ନା ହେବ ବିକ୍ରି । ଚଳିତବର୍ଷ ଜାନୁୟାରୀ ୨୧ ତାରିଖରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଛି ଏନେଇ ବିଧିବଦ୍ଧ ବିଜ୍ଞପ୍ତି । ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ଏହି ନିୟମ ଜାନୁଆରୀ ୨୧ ତାରିଖରୁ ଲାଗୁ ହୋଇଛି । ବିକ୍ରି କରୁଥିଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ ।

