Saturday, October 10, 2026
23.6 C
Odisha

    ରାଜ୍ୟରେ ମହିଳା ନିର୍ଯାତନାକୁ ନେଇ ସରକାରଙ୍କୁ ଟର୍ଗେଟ୍‌ କଲା କଂଗ୍ରେସ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସ ଆଜି ବିଶାଳ ପ୍ରଦର୍ଶନ କରିଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବରେ କଂଗ୍ରେସ ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଉଦ୍ୟମ କରିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବାବେଳେ କଂଗ୍ରେସ କର୍ମୀଙ୍କ ସହିତ ପୁଲିସର ଧସ୍ତାଧସ୍ତି ହୋଇଛି। ରାଜ୍ୟରେ ମହିଳା ନିର୍ଯାତନା ବୃଦ୍ଧି ପାଇଥିବାରୁ ଏହାକୁ ବିରୋଧ କରି କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି। ମହିଳା ସୁରକ୍ଷା ପାଇଁ ପ୍ରଥମେ ତଥ୍ୟ ଅନୁସନ୍ଧାନ କମିଟି ଗଠନ କରିବା ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଯିବା ବେଳେ କଂଗ୍ରେସ କର୍ମୀ ଓ ପୁଲିସ ଧସ୍ତାଧସ୍ତି ହୋଇଛନ୍ତି। ବିଜେପି ସରକାର ଆସିବା ଦିନଠୁ ରାଜ୍ୟରେ ଏଯାଏଁ ୧୬୦୦ ମହିଳାଙ୍କ ଉପରେ ଅତ୍ୟାଚାର ହୋଇ ସାରିଲାଣି ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହି ପ୍ରତିବାଦରେ ପିସିସି ସଭାପତି ଭକ୍ତଚରଣ ଦାସ, ପୂର୍ବତନ ଜଟଣୀ ବିଧାୟକ ସୁରେଶ ଚନ୍ଦ୍ର ରାଉତରାୟ, ଛାତ୍ର, ଯୁବ ଓ ମହିଳା କଂଗ୍ରେସ କର୍ମୀ ସାମିଲ ଥିଲେ।
    ପିସିସି ସଭାପତି ଶ୍ରୀ ଦାସ କହିଛନ୍ତି, ଓଡ଼ିଶାର ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀମାନେ ଅସୁରକ୍ଷିତ ଅଛନ୍ତି। ଅଭିଭାବକମାନେ ଚିନ୍ତିତ ଅଛନ୍ତି। ସରକାର ଓ ପ୍ରଶାସନ ନୀରବ ରହିଛି। କିଟ୍‌ରେ ନେପାଳର ଇଂଜିନିୟରିଂ ଛାତ୍ରୀ ମୃତ୍ୟୁ, ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଓ ଯାଜପୁର ଜିଲ୍ଲା ବରୀରେ ଦଶମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣାରେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି କଂଗ୍ରେସର ନେତା ଓ କର୍ମୀ।

    ସୂଚନାଯୋଗ୍ୟ, ପିସିସି ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ବିରୋଧରେ ଭକ୍ତ ଚରଣ ଦାସ ଗର୍ଜିଛନ୍ତି। ବରିଷ୍ଠ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ସେ ରାଜରାସ୍ତାକୁ ଓହ୍ଲାଇବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    79 %
    1.5kmh
    1 %
    Sat
    23 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ