Sunday, October 4, 2026
24.3 C
Odisha

    ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା

    ଆଗକୁ ପଢନ୍ତୁ

    ଭୁ‌ବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ ହେବ। କନ୍ୟା ସନ୍ତାନକୁ ପ୍ରୋତ୍ସାହନ ପାଇଁ ଏହି ଯୋଜନା ଲାଗୁ କରାଯାଇଛି। ଝିଅ ଜନ୍ମ ହେଲେ ୧୨ ହଜାର ଟଙ୍କା ମିଳିବ। ପୁଅ ଜନ୍ମ ହେଲେ ୧୦ ହଜାର ଟଙ୍କା ମିଳିବ।

    ରାଜ୍ୟ ସରକାର ଅଙ୍ଗନବାଡ଼ି କର୍ମୀମାନଙ୍କ ପାଇଁ ମଧ୍ୟ ଭଲ ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ। ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ। ଏହା ଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବେ।

    ରାଜ୍ୟ ସରକାରଙ୍କ ନୂଆ ଘୋଷଣା ଅନୁସାରେ ମଧ୍ୟାହ୍ନ ଭୋଜନରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ସାମିଲ ହେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ବର୍ତ୍ତମାନ କ୍ଷେତ୍ରରେ ବିଦ୍ୟାଳୟରେ ପ୍ରଥମ ଠାରୁ ଅଷ୍ଟମ ଶ୍ରେଣୀ ଛାତ୍ର ଯାଏଁ ବିଦ୍ୟାଳୟରେ ମଧ୍ୟାହ୍ଣ ‌‌ଭୋଜନ ଦିଆଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ