Monday, September 28, 2026
29.4 C
Odisha

    ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ୧୫ ସୂତ୍ରୀ ନିର୍ଦ୍ଦେଶାବଳୀ, ଆସନ୍ତା ଦୁଇବର୍ଷ ପାଇଁ ସରକାରଙ୍କ ଧାର୍ଯ୍ୟ ଲକ୍ଷ୍ୟକୁ ହାସଲ

    ଆଗକୁ ପଢନ୍ତୁ

    ନୂଆ ବର୍ଷରେ ପ୍ରଶାସନକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଆଭିମୁଖ୍ୟ । ନୂଆ ବର୍ଷରେ ଶାସନ-ପ୍ରଶାସନକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଜନା କରିଛନ୍ତି । ଶାସନ-ପ୍ରଶାସନକୁ ଚଳଚଞ୍ଚଳ ଓ ଲୋକାଭିମୁଖୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ଏକ ୧୫ଟି ନିର୍ଦ୍ଦେଶାବଳି ପ୍ରଦାନ କରିଛନ୍ତି । ଏହି ଦିଶା ନିର୍ଦ୍ଦେଶରେ ଓଡିଶା ଭିଜନ ଡକ୍ୟୁମେଣ୍ଟରେ ଆସନ୍ତା ଦୁଇବର୍ଷ ପାଇଁ ସରକାରଙ୍କ ଧାର୍ଯ୍ୟ ଲକ୍ଷ୍ୟକୁ ହାସଲ କରିବା ପାଇଁ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

    ୨୦୩୬ ସୁଦ୍ଧା ୫୦୦ ବିଲିଅନ ଆମେରିକୀୟ ଡଲାର ଅର୍ଥନୀତି ସହିତ ସମୃଦ୍ଧ ଓଡିଶା ଗଠନ ଏବଂ ଓଡିଶାକୁ ଶ୍ରେଷ୍ଠ ପାଞ୍ଚଗୋଟି ବିକଶିତ ରାଜ୍ୟ ମଧ୍ୟରେ ଆଣିବାକୁ ରାଜ୍ୟକୁ ଏକ ‘ମିଶ୍ରିତ ଅର୍ଥନୀତି’ ଆଡକୁ ନେବାପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ଏହାସହ ନଲେଜ୍ ଡ୍ରିଭେନ୍ ତଥା ସେବା କ୍ଷେତ୍ରକୁ ଅଧିକ ଗୁରୁତ୍ଵ ଦେଇ ଏହାର ଦ୍ରୁତ ବିକାଶ ପାଇଁ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟରେ ଶିଳ୍ପାୟନର ଦୃତ ବିକାଶ ପାଇଁ ସବୁ ଜିଲ୍ଲାପାଳଙ୍କୁ ବିଭିନ୍ନ ପ୍ରକ୍ରିୟାକୁ ଫାଷ୍ଟଟ୍ରାକ କରିବାକୁ ଏହି ନିର୍ଦ୍ଦେଶାବଳୀରେ ଗୁରୁତ୍ଵ ଆରୋପ କରାଯାଇଛି। ସେହିପରି ଆସନ୍ତା ଦୁଇବର୍ଷ ମଧ୍ୟରେ ସବୁ ଖାଲିଥିବା ସରକାରୀ ପଦ ପଦବୀକୁ ପୂରଣ କରିବା ପାଇଁ ପଦକ୍ଷେପ ନେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.4 ° C
    29.4 °
    29.4 °
    68 %
    2.9kmh
    13 %
    Mon
    28 °
    Tue
    30 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ