Thursday, October 8, 2026
21.5 C
Odisha

    ରାଜ୍ୟସଭା ମତଦାନ ଆରମ୍ଭ: ପ୍ରଥମେ ଭୋଟ୍ ଦେଲେ ମୁକେଶ ମହାଲିଙ୍ଗ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ଚାଲିଥିବାବେଳେ ଏହା ଅପରାହ୍ନ ୪ଟା ଯାଏଁ ଚାଲିବ। ଜଣଙ୍କ ପରେ ଜଣେ ବିଧାୟକ ଭୋଟ ଦେବା ପାଇଁ ପହଞ୍ଚୁଥିବା ଦେଖିବାକୁ ମିଳିଛି । ରାଜ୍ୟସଭା ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବା ୫ ପ୍ରାର୍ଥୀ ୪ଟି ଆସନରେ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି।

    ମତଦାନ ଆରମ୍ଭ ହେବା ମାତ୍ରେ ମୁକେଶ ମହାଲିଙ୍ଗ ପ୍ରଥମେ ଭୋଟ୍‌ ଦେଇଛନ୍ତି। ପାରାଦୀପରେ ଥିବା ବିଜେପି ବିଧାୟକମାନେ ବିଧାନସଭାରେ ପହଞ୍ଚି ଭୋଟଦାନ ପ୍ରକୋଷ୍ଠକୁ ଯାଇଛନ୍ତି । ଅନ୍ୟପଟେ ବିଜେଡି ବିଧାୟକମାନେ ନବୀନ ନିବାସରେ ପହଞ୍ଚୁଛନ୍ତି । ସେମାନେ ନବୀନ ନିବାସରୁ ବାହାରି ବିଧାନସଭା ଭୋଟ ଦେବାକୁ ଆସିବେ । ମତଦାନ ସରିବା ପରେ ଅପରାହ୍ନ ୫ ଟାରେ ଗଣତି ହେବା ନେଇ ସୂଚନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.5 ° C
    21.5 °
    21.5 °
    88 %
    1.2kmh
    0 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ