Wednesday, April 22, 2026
30.8 C
Odisha

    ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମୋହର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ବୈଠକରେ ୧୧ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଅନ୍ତୋଦୟ ଗୃହ ଯୋଜନାକୁ ମୋହର ମରାଯାଇଛି। ଏହି ଯୋଜନାରେ ରାଜ୍ୟ ସରକାର ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଯୋଗାଇଦେବେ। ହିତାଧିକାରୀଙ୍କୁ ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ। କୌଣସି ହିତାଧିକାରୀ ୪ ମାସରେ ଘର ସାରିଲେ ୨୦ ହଜାର ବୋନସ ଦେବେ ସରକାର। ସେହିପରି ୬ ମାସରେ ସାରିଲେ ୧୦ ହଜାର ଟଙ୍କା ବୋନସ ମିଳିବ। ରାଜ୍ୟ ସରକାର ଏହି ଯୋଜନାରେ ୭୫୫୦ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହାବ୍ୟତୀତ ରାଜ୍ୟର ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ କରାଯିବା ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ୫ ବର୍ଷ ମଧ୍ୟରେ ୪୧୨୪ କୋଟି ବ୍ୟୟରେ ଷ୍ଟାଡିୟମ ନିର୍ମାଣ କରାଯିବ ବୋଲି ସୂଚନା ମିଳିଛି। ସେହିପରି ରାଜ୍ୟରେ ଏକୀକୃତ ପେନସନ ଯୋଜନା ଲାଗୁ ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.8 ° C
    30.8 °
    30.8 °
    22 %
    2.3kmh
    26 %
    Wed
    31 °
    Thu
    42 °
    Fri
    44 °
    Sat
    43 °
    Sun
    44 °

    ସମ୍ବନ୍ଧିତ