Monday, October 19, 2026
21.9 C
Odisha

    ରାଜ୍ୟ କ୍ୟାବିନେଟ ବୈଠକ ଶେଷ, କେଜିରୁ ପିଜି ମାଗଣା ଶିକ୍ଷା: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ବୈଠକ ଶେଷ । ୧୨ଟି ପ୍ରସ୍ତାବରେ ବାଜିଲା ମୋହର । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକରେ ପ୍ରସ୍ତାବ ଅନୁମୋଦିତ । ସ୍କୁଲ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା ବିଭାଗର ପ୍ରସ୍ତାବରେ ମୋହର। ନାମଲେଖା ପାଇଁ ଛାତ୍ରଛାତ୍ରୀଙ୍କୁ କୌଣସି ଦେୟ ପଡ଼ିବ ନାହିଁ କହିଲେ ମୁଖ୍ୟମନ୍ତ୍ରୀ । ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ କହିଲେ ମୁଖ୍ୟମନ୍ତ୍ରୀ । କେଜିରୁ ପିଜି ମାଗଣା ଶିକ୍ଷାକୁ ସରକାରଙ୍କ ଗୁରୁତ୍ବ । ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ୍ରେ ନାମଲେଖା ମାଗଣା । ସ୍ନାତକୋତ୍ତର ଶିକ୍ଷା ପର୍ଯ୍ୟନ୍ତ ନାମଲେଖା ଦେୟ ପଡ଼ିବନି । ବର୍ଷକୁ ସରକାରଙ୍କୁ ଏଥିପାଇଁ ୮୯୫ କୋଟି ବହନ କରିବାକୁ ପଡ଼ିବ କହିଲେ ମୁଖ୍ୟମନ୍ତ୍ରୀ । ଆସନ୍ତା ୫ ବର୍ଷରେ ୫ ହଜାର ୪୬୭ କୋଟି ବ୍ୟୟ ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ । ଜୟଦେବ ବିହାର ନନ୍ଦନକାନନ ରୋଡ ୮ଲେନ୍ ହେବ । ଏହି ରାସ୍ତା କାମ ୨ ବର୍ଷରେ ଶେଷ ହେବା ପାଇଁ ଲକ୍ଷ୍ୟ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ