Thursday, October 1, 2026
28.5 C
Odisha

    ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ, ୬ଟି ବିଭାଗର ୧୧ଟି ପ୍ରସ୍ତାବକୁ ଅନୁମୋଦନ

    ଆଗକୁ ପଢନ୍ତୁ

    ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬ଟି ବିଭାଗର ୧୧ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଜିର କ୍ୟାବିନେଟ୍ ମଞ୍ଜୁରୀ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ବୋଲି ସେ କହିଛନ୍ତି l ଏଥିରେ ଅର୍ଥ ବିଭାଗର ୧ଟି, ଆଇନ ବିଭାଗର ୧ଟି, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ (ଏସଟି ଏସସି) ବିଭାଗର ୧ଟି, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨ ଟି ଏବଂ ଜଳସମ୍ପଦ ବିଭାଗର ସର୍ବାଧିକ ୫ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    28.5 ° C
    28.5 °
    28.5 °
    71 %
    1.6kmh
    18 %
    Thu
    26 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ