Friday, October 2, 2026
25.2 C
Odisha

    ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଫେରସ୍ତ ହେବ ସୁଧ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ୨୦୨୪-୨୫ ଆର୍ଥିକ ବର୍ଷରେ ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକଙ୍କ ୩୦୦କୋଟିର ସୁଧ ଫେରସ୍ତ କରାଯିବ । ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି।ତେବେ ଜନତା ମଇଦାନରେ ପ୍ରଥମ ସୁଭଦ୍ରା ଶକ୍ତିମେଳାକୁ ଶନିବାର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୨୪-୨୫ ଆର୍ଥିକ ବର୍ଷରେ ୩ଲକ୍ଷରୁ ଊର୍ଦ୍ଧ୍ୱ ସ୍ବୟଂ ସହାୟକ ଗୋଷ୍ଠୀକୁ ୩୦୦କୋଟି ଟଙ୍କାର ସୁଧ ଫେରସ୍ତ କରାଯିବ। ଏଥିସହ ଚଳିତବର୍ଷ ସରକାର ରାଜ୍ୟର ପ୍ରାୟ ୫. ୮୦ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଦିଆଯାଉଥିବା ରିଭଲ୍‌ଭିଂ ଫଣ୍ଡ୍‌ ପରିମାଣକୁ ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।ଗ୍ରାମ ପଞ୍ଚାୟତସ୍ତରୀୟ ଫେଡେରେଶନ ବା ଜିପିଏଲ୍‌ଏଫ୍‌ମାନଙ୍କୁ ପ୍ରଦାନ କରାଯାଉଥିବା କମ୍ୟୁନିଟି ଇନ୍‌ଭେଷ୍ଟମେଣ୍ଟ ଫଣ୍ଡ୍‌କୁ ୩୫ ଲକ୍ଷରୁ ୬୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ରାଜ୍ୟ ସରକାରଙ୍କ ପାଇଁ ମହିଳା ସଶକ୍ତୀକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏହା ଏକ ଆନ୍ଦୋଳନ। ବ୍ୟକ୍ତିଗତସ୍ତରରେ ହେଉ ବା ଗ୍ରୁପ୍‌ସ୍ତରରେ, ପ୍ରତ୍ୟେକ ମହିଳା ଯେପରି ଦକ୍ଷ ଉଦ୍ୟୋଗୀ ହୋଇ ଆର୍ଥିକ ସ୍ବତନ୍ତ୍ରତା ହାସଲ କରିବେ ସେଥିପାଇଁ ଉଦ୍ୟମ ଆରମ୍ଭ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ