Thursday, September 19, 2024
23 C
Odisha

    ରାତିରେ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଗତକାଲ ବିଳମ୍ବିତ ରାତିରେ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରୋଗୀଙ୍କ କିପରି ଯତ୍ନ ନିଆଯାଉଛି ସେ ବିଷୟରେ ପଚାରି ବୁଝିଥିଲେ । ରୋଗୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କ ରହିବା, ଖାଇବା ଓ attendant ମାନଙ୍କ ପାଇଁ ଥିବା ସୁବିଧା ସଂପର୍କରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ଏହା ସହିତ ହସ୍ପିଟାଲର ପରିମଳ ବ୍ୟବସ୍ଥା ସଂପର୍କରେ ମଧ୍ୟ ବୁଝିଥିଲେ।ମୁଖ୍ୟମନ୍ତ୍ରୀ ମୋହନ ମାଝୀ କ୍ୟାପିଟାଲ ହସ୍ପିଟାଲର ଆଧୁନିକୀକରଣ ବିଷୟରେ କହିଥିଲେ, ‘ରୋଗୀମାନଙ୍କ ପାଇଁ ଅଧିକ ସୁବିଧାର ବ୍ୟବସ୍ଥା କରାଯିବ । ହସ୍ପିଟାଲରେ ରୋଗୀ ସେବାରେ ଆହୁରି ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀମାନେ ରୋଗୀ ମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ସେ ପରାମର୍ଶ ଦେଇଥିଲେ । ସେଠାରେ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ପଣ୍ଡା ଉପସ୍ଥିତ ଥିଲେ । ଏହି ଅବସରରେ ହସ୍ପିଟାଲର ଅସ୍ଥାୟୀ କର୍ମଚାରୀମାନଙ୍କ ସହିତ ମଧ୍ୟ ଆଲୋଚନା କରି ସେମାନଙ୍କ ପ୍ରାପ୍ୟ ମଜୁରୀ ସମ୍ପର୍କରେ ବୁଝିଥିଲେ । ନୂଆ ବର୍ଦ୍ଧିତ ମଜୁରୀ ମିଳିବା ପରେ ସେମାନଙ୍କ ପ୍ରାପ୍ୟ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ରୋଗୀ ସେବା ପରି ଏକ ମହାନ୍ କାର୍ଯ୍ୟରେ ନିଷ୍ଠାର ସହିତ ଦାୟିତ୍ଵ ତୁଲାଉ ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କର ଉଚ୍ଚ ପ୍ରଶଂସା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23 ° C
    23 °
    23 °
    95 %
    0.8kmh
    28 %
    Thu
    30 °
    Fri
    31 °
    Sat
    32 °
    Sun
    32 °
    Mon
    31 °

    ସମ୍ବନ୍ଧିତ