Wednesday, March 25, 2026
36.9 C
Odisha

    ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ । ଆସନ୍ତା ୨୭ ତାରିଖରେ ଉଲ୍ଲାସର ସହ ପାଳିତ ହେବ ଶ୍ରୀରାମ ନବମୀ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ରାମନବମୀ ପାଳନ ବେଳେ ସାରା ରାଜ୍ୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନକୁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି ।

    ଚଳିତ ବର୍ଷ ବ୍ୟାପକ ପୋଲିସ ମୁତୟନ ସହ ଉପଯୁକ୍ତ ପରିଚାଳନା ମାଧ୍ୟମରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଶ୍ରୀରାମ ନବମୀ ଭାବରେ ସାରା ଦେଶରେ ଅତ୍ୟନ୍ତ ଭକ୍ତି ଓ ଶ୍ରଦ୍ଧାର ସହ ପାଳିତ ହୋଇଥାଏ । ଆଧ୍ୟାତ୍ମିକତାର ଏହି ପର୍ବରେ ଓଡ଼ିଶାରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଯେପରି ବିନା କୌଣସି ଦ୍ୱିଧାରେ ସମ୍ପୂର୍ଣ୍ଣ ଭାବେ ଶାନ୍ତିର ସହ ପାଳନ କରିବେ ତାହା ସୁନିଶ୍ଚିତ କରିବା ପୋଲିସ ପ୍ରଶାସନର ଦାୟିତ୍ୱ । ତେଣ, ଏହି ସମୟରେ ସମସ୍ତେ ଯେପରି ସୁରୁଖୁରୁରେ ପର୍ବ ପାଳନ କରିବେ, ସେଥିପ୍ରତି ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    36.9 ° C
    36.9 °
    36.9 °
    19 %
    3.6kmh
    13 %
    Wed
    37 °
    Thu
    38 °
    Fri
    40 °
    Sat
    39 °
    Sun
    41 °

    ସମ୍ବନ୍ଧିତ