Friday, March 27, 2026
29.9 C
Odisha

    ରାମ ନବମୀରେ ଶସ୍ତା ହେଲା ସୁନା ଓ ରୁପା ଦାମ୍, କିଣିବା ପୂର୍ବରୁ ମୂଲ୍ୟ ଉପରେ ପକାନ୍ତୁ ନଜର

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୪,୭୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୨,୬୫୦ ଟଙ୍କା ଛୁଇଁଛି ।

    ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୪,୭୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୨,୬୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୪,୭୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୩୨,୬୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୪,୮୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୩୨,୮୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୬,୫୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୪,୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୪,୭୧୦ ଓ ୧,୩୨,୬୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୪୦,୦୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.9 ° C
    29.9 °
    29.9 °
    36 %
    3.8kmh
    87 %
    Fri
    29 °
    Sat
    39 °
    Sun
    40 °
    Mon
    40 °
    Tue
    38 °

    ସମ୍ବନ୍ଧିତ