Friday, August 28, 2026
28.2 C
Odisha

    ରାମ ମନ୍ଦିର ଶିଖରରେ ଉଡିବ ଧର୍ମ ଧ୍ୱଜା

    ଆଗକୁ ପଢନ୍ତୁ

    ଉତ୍ତର ପ୍ରଦେଶ   :  ଅଯୋଧ୍ୟାର ଶ୍ରୀରାମ ମନ୍ଦିରରେ ପତାକା ଉତ୍ତୋଳନ ଉତ୍ସବ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି । ନଭେମ୍ବର ୨୫ତାରିଖରେ ହେବାକୁ ଥିବା ପତାକା ଉତ୍ତୋଳନ ଏବଂ ପୂର୍ଣ୍ଣାହୁତି ସମାରୋହକୁ ଚୂଡାନ୍ତ କରାଯାଉଛି । ଟ୍ରଷ୍ଟର ସଂଯୋଜକ ଶରଦ ଶର୍ମା ଏହି କାର୍ଯ୍ୟକ୍ରମରେ ଜଡିତ ଥିବା ବିବରଣୀକୁ ସୋସିଆଲ ମିଡ଼ିଆରେ ସେୟାର କରିଛନ୍ତି । ସୂଚନା ଅନୁସାରେ ଅଯୋଧ୍ୟା ରାମ ମନ୍ଦିର ଶିଖରରେ ଉଡିବ ଧର୍ମ ଧ୍ୱଜା । ଆହୁରି ସୁନ୍ଦର ହୋଇଯିବ ଦିବ୍ୟ ମନ୍ଦିର । ଆସନ୍ତା ୨୫ତାରିଖରେ ଧ୍ୱଜାରୋହଣ ଉତ୍ସବ ହେବ । ସେଥିପାଇଁ ଜୋରଦାରରେ ଧ୍ୱଜାରୋହଣ ଉତ୍ସବ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ଉତ୍ସବ ପାଇଁ ଆସନ୍ତାକାଲି ଠାରୁ ପୂଜା ଆରମ୍ଭ ହେବ । ୨୧ରୁ ୨୪ତାରିଖ ପର୍ଯ୍ୟନ୍ତ ପ୍ରତିଦିନ ପୂଜା ହେବ । ଧ୍ୱଜାରୋହଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୋଲି ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.2 ° C
    28.2 °
    28.2 °
    76 %
    3.9kmh
    53 %
    Fri
    30 °
    Sat
    30 °
    Sun
    27 °
    Mon
    27 °
    Tue
    23 °

    ସମ୍ବନ୍ଧିତ