Thursday, October 1, 2026
28.6 C
Odisha

    ରାଲି ଓ ସଭାରେ ପର୍ଯ୍ୟାପ୍ତ ଓଆରଏସ୍- ପାନୀୟ ଜଳ ରଖିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ

    ଆଗକୁ ପଢନ୍ତୁ

    ବର୍ତ୍ତମାନର ଗ୍ରୀଷ୍ମ ପ୍ରବାହ ଓ ଉତ୍ତାପକୁ ଦେଖି ଆଗାମୀ ସପ୍ତାହ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ। ଚଳିତ ନିର୍ବାଚନ ପରିପ୍ରେକ୍ଷୀରେ ବିଭିନ୍ନ ରାଜନୈତିକ ଦଳ ରାଲି ଓ ସଭା ଆୟୋଜନ କରୁଛନ୍ତି ଏହି ସବୁ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆରଏସ୍ ରଖାଯିବା ଆବଶ୍ୟକ ଯାହା ଫଳରେ ଗ୍ରୀଷ୍ମପ୍ରବାହରୁ ଅନେକାଂଶରେ ରକ୍ଷା ପାଇପାରିବେ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ପ୍ରକାଶ କହିଛନ୍ତି।
    ମୁଖ୍ୟ ଶାସନ ସଚିବଙ୍କ ଅଧ୍ଯକ୍ଷତାରେ ଲୋକସେବା ଭବନ ସ୍ଥିତ ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ଶ୍ରୀ ଜେନା ନିର୍ବାଚନ ସଂପର୍କିତ ରାଲି ଓ ସଭାମାନଙ୍କରେ ରାଜନୈତିକ ଦଳ ମାନେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆରଏସ୍‌ର ସୁବନ୍ଦୋବସ୍ତକୁ ଜିଲ୍ଲାପାଳମାନେ ସୁନିଶ୍ଚିତ କରିବା ପାଇଁ ପରାମର୍ଶ ଦେଇଛନ୍ତି । ପାନୀୟ ଜଳ ସହିତ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ଅବ୍ୟାହତ କରିବା ପାଇଁ ଜିଲ୍ଲାପାଳମାନେ ବିଦ୍ୟୁତ ବିଭାଗର କର୍ତ୍ତୃପକ୍ଷଙ୍କ ସହ ନିୟମିତ ଆଲୋଚନା କରିବାକୁ ଶ୍ରୀ ଜେନା ପରାମର୍ଶ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    28.6 ° C
    28.6 °
    28.6 °
    65 %
    1.4kmh
    12 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ