Thursday, April 2, 2026
25.4 C
Odisha

    ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ, ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଶାନ୍ତିଲତାଙ୍କ ଭଜନ ତାଙ୍କୁ ଅମର କରି ରଖିବ ବୋଲି କହିଛନ୍ତି ନବୀନ।

    ଲୋକପ୍ରିୟ ଭଜନ ଗାୟିକା ଶାନ୍ତିଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ। ଭାବପୂର୍ଣ୍ଣ କଣ୍ଠରେ ଗାଇଥିବା ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ ସେ ସୁପରିଚିତ ଥିଲେ। ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଂଗୀତମୟ ନିବେଦନ। ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା। ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି ନବୀନ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    49 %
    1.5kmh
    0 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    34 °

    ସମ୍ବନ୍ଧିତ