Friday, September 20, 2024
28.3 C
Odisha

    ରାସନକାର୍ଡ ଇ-KYCକୁ ନେଇ ଆସିଲା ବଡ଼ ଉପଡେଟ; ଆଉ ଚିନ୍ତା ନାହିଁ!

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟର ରାସନ କାର୍ଡ ହିତାଧିକାରୀଙ୍କୁ ନେଇ ବଡ଼ ସୂଚନା ଦେଇଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଆଜି ବିଧାନସଭାରେ ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କ ତଥ୍ୟାବଳୀକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବା ଉଦ୍ଦେଶ୍ୟରେ ଆଧାର ଭିତ୍ତିକ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଚାଲିଛି। ୨୨ ଅଗଷ୍ଟରୁ ଆଧାର ଭିତ୍ତିକ ଇ-କେୱାଇସି ଯାଞ୍ଚ ଚାଲିଛି, ଯାହା ଡିସେମ୍ବର ପର୍ଯ୍ୟନ୍ତ ଜାରି ରହିବ। ତେବେ ଓଡ଼ିଶା ଛାଡି ବାହାରେ ଥିବା ପ୍ରବାସୀମାନେ କାମଧନ୍ଦା ଛାଡି ଇ-କେୱାଇସି ପାଇଁ ଓଡ଼ିଶା ଫେରିବା ପସଙ୍ଗକୁ ନେଇ କଂଗ୍ରେସ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନର ଉତ୍ତର ଦେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ପ୍ରବାସୀମାନେ ଯେଉଁଠାରେ ଅଛନ୍ତି ସେଠାରେ ଇ-KYC କରିପାରିବେ। ଓଡ଼ିଶା ଆସିବା ଦରକାର ନାହିଁ, ସେମାନେ ଯେଉଁଠି ଅଛନ୍ତି ସେଇଠି ଇ-କେୱାଇସି କରିପାରିବେ। ଯେଉଁଠି ଚାହିଁବେ ନିକଟସ୍ଥ କମନ୍‌ ସର୍ଭିସ ସେଣ୍ଟରକୁ ଯାଇ ମେସିନରେ ଫିଙ୍ଗରପ୍ରିଣ୍ଟ ଦେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    28.3 ° C
    28.3 °
    28.3 °
    84 %
    1.2kmh
    40 %
    Fri
    27 °
    Sat
    32 °
    Sun
    31 °
    Mon
    31 °
    Tue
    31 °

    ସମ୍ବନ୍ଧିତ