Monday, March 30, 2026
25.1 C
Odisha

    ରାୟଗଡ଼ା ରେଳମଣ୍ଡଳର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର/ରାୟଗଡ଼ା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିଛନ୍ତି। ରାୟଗଡା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଓଡ଼ିଶାର ରାୟାଗଡାଠାରେ ଅନୁଷ୍ଠିତ ହେଉଛି ଏବଂ ପ୍ରଧାନମନ୍ତ୍ରୀ ଜାମ୍ମୁରୁ ଭିଡିଓ କନଫରେନସିଂ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି। କେନ୍ଦ୍ର ରେଳ, ସୂଚନା ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଜାମ୍ମୁ ଠାରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଛନ୍ତି। ରାୟଗଡ଼ା ରେଳ ମଣ୍ଡଳ ମୁଖ୍ୟାଳୟ ଭବନର ନିର୍ମାଣ ପାଇଁ ପ୍ରକଳ୍ପର ଆନୁମାନିକ ମୂଲ୍ୟ ୧୦୭ କୋଟି ଟଙ୍କା। ଏହି ମହତ୍ୱପୂର୍ଣ୍ଣ ପ୍ରକଳ୍ପରେ ସ୍ଥାନୀୟ ଅଞ୍ଚଳର ରେଳ ଭିତ୍ତିଭୂମି ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଅନେକ ପ୍ରମୁଖ ଉପାଦାନ ଅନ୍ତର୍ଭୂକ୍ତ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.1 ° C
    25.1 °
    25.1 °
    47 %
    0.4kmh
    0 %
    Mon
    41 °
    Tue
    38 °
    Wed
    39 °
    Thu
    40 °
    Fri
    40 °

    ସମ୍ବନ୍ଧିତ