Thursday, October 9, 2025
29.1 C
Odisha

    ରେଡ୍ ୱାର୍ଣ୍ଣିଂ ରେ ଭୁବନେଶ୍ୱର,10ରେ ମାଡ଼ି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ୪ ଦିନ ପ୍ରବଳ ବର୍ଷିବ ।

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଗତକାଲି ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ ବର୍ଷିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଜି ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ , କଟକ , କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ ତାରିଖ ପାଇଁ ସାରା ଓଡ଼ିଶାର ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

    ସେପଟେ ଦକ୍ଷିଣ ବାଂଲାଦେଶ ଓ ପାଖାପାଖି ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଫଳରେ ଆଜିଠୁ 4 ଦିନ ଯାଏଁ ରାଜ୍ୟରେ ବଜ୍ରପାତ ଜନିତ ବର୍ଷା ଜାରି ରହିବ । ବିଶେଷକରି ଉପକୂଳ ଓ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ । ତେବେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏହିପରି ପ୍ରଭାବ । ଏଥିସହ ଆସନ୍ତାକାଲି ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିବ ।

    ଓଡ଼ିଶାରୁ ମୌସୁମୀ ବିଦାୟ ନେବାର ସମୟ ୧୫ ତାରିଖ ହୋଇଥିବା ବେଳେ ଆଗାମୀ ୫ ଦିନରେ ମୌସୁମୀ ବିଦାୟ ନେବା ପାଇଁ ପାଗ ଅନୁକୂଳ ନଥିବା ଆଞ୍ଚଳିକ ପାଣିପାଗ ବିଭାଗ କହିଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୩ ଜିଲ୍ଲା ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.1 ° C
    29.1 °
    29.1 °
    67 %
    2.8kmh
    28 %
    Thu
    29 °
    Fri
    29 °
    Sat
    28 °
    Sun
    28 °
    Mon
    29 °

    ସମ୍ବନ୍ଧିତ