Monday, December 23, 2024
22.7 C
Odisha

    ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ: ଦଶପଲ୍ଲାକୁ ଗଡ଼ିବ ରେଳ

    ଆଗକୁ ପଢନ୍ତୁ

    ଭୁବନେଶ୍ବର/ଦଶପଲ୍ଲା: କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କର ତିନି ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମରେ ଆସି ଆସନ୍ତା ୫ ତାରିଖ (ଶୁକ୍ରବାର) ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କ ଗସ୍ତ ସମୟରେ ଶ୍ରୀ ବୈଷ୍ଣବ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଠାରେ ରେଳବାଇ କାର୍ଯ୍ୟକ୍ରମରେ ଏବଂ କଣ୍ଟିଲୋରେ ଡାକ ବିଭାଗ କାର୍ଯ୍ୟକ୍ରମରେ ଯୋଗଦେବେ। ଜାନୁଆରି ୬ ତାରିଖ ଖଣ୍ଡପଡ଼ା ଠାରେ ଏବଂ ଜାନୁଆରି ୭ ତାରିଖ ଆଠଗଡ଼, ବଡମ୍ବା ଏବଂ ନରସିଂହପୁର ଅଞ୍ଚଳରେ କିଛି ସ୍ଥାନୀୟ କାର୍ଯ୍ୟକ୍ରମରେ ଶ୍ରୀ ବୈଷ୍ଣବ ଯୋଗଦେବେ।
    କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜାନୁଆରି ୬ରେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ଦଶପଲ୍ଲା ରେଳ ଷ୍ଟେସନ ବିଲଡିଂ ଏବଂ ନବ ନିର୍ମିତ ନୂଆଗାଁ-ଦଶପଲ୍ଲା ରେଳ ସେକ୍ସନର ଉଦଘାଟନ କରିବା ସହିତ ଚାରିଟି ଟ୍ରେନର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରଣକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ।
    ୧୮୪୨୩/୧୮୪୨୪ ଭୁବନେଶ୍ୱର-ନୟାଗଡ଼ ଟାଉନ-ଭୁବନେଶ୍ୱର ଏକ୍ସପ୍ରେସ, ୦୮୪୨୯/୦୮୪୩୦ ଭୁବନେଶ୍ୱର-ନୂଆଗାଁ ରୋଡ-ଭୁବନେଶ୍ୱର ପାସେଞ୍ଜର ସ୍ପେଶାଲ, ୦୮୪୨୩/୦୮୪୨୪ ପୁରୀ-ନୂଆଗାଁ ରୋଡ-ପୁରୀ ପାସେଞ୍ଜର ସ୍ପେଶାଲ ଏବଂ ୦୮୫୫୫/୦୮୫୫୬ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନ ଗୁଡିକର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବ।

    ଶ୍ରୀ ବୈଷ୍ଣବ ଜାନୁଆରି ୬ ଅପରାହ୍ନରେ କଣ୍ଟିଲୋ ଠାରେ ଡାକ ବିଭାଗର କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ଜାନୁଆରି ୭ ତାରିଖ ଦିନ ସେ କଟକ ଜିଲ୍ଲା ଆଠଗଡ଼, ବଡମ୍ବା ଓ ନରସିଂହପୁର ଅଞ୍ଚଳରେ କିଛି ସ୍ଥାନୀୟ କାର୍ଯ୍ୟକ୍ରମରେ ଯୋଗଦେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.7 ° C
    22.7 °
    22.7 °
    67 %
    2.6kmh
    100 %
    Mon
    20 °
    Tue
    26 °
    Wed
    28 °
    Thu
    29 °
    Fri
    29 °

    ସମ୍ବନ୍ଧିତ