Wednesday, October 14, 2026
28.3 C
Odisha

    ଲଗାଣ ବର୍ଷାରେ ଭାସିଲା କଟକ, ଜନଜୀବନ ଅସ୍ତବ୍ୟସ୍ତ

    ଆଗକୁ ପଢନ୍ତୁ

    କଟକ  : ଲଗାଣ ବର୍ଷାରେ ବେହାଲ କଟକ । ବିଭିନ୍ନ ତଳିଆ ଅଞ୍ଚଳରେ ଜମିଛି ବର୍ଷା ପାଣି । ପ୍ରାୟ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି । ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ରାସ୍ତାରେ ଯିବା ଆସିବାରେ ଅସୁବିଧା ଭୋଗୁଛନ୍ତି ଲୋକ। ବାଦାମବାଡ଼ି, ରକ୍ସି ଲେନ୍, ଦେଉଳି ସାହି, ଝୋଲାସାହି, ବିଡାନାସୀ, ଚହଟା, ଖୁଣ୍ଟିଆ ଲେଟ, ଇତ୍ୟାଦି ସ୍ଥାନ ମାନଙ୍କରେ ବର୍ଷା ପାଣି ଜମି ରହିଛି ।

    ଅନ୍ୟପଟେ, ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ବିଭିନ୍ନ ସହରାଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ଏବଂ କେତେକ ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୁବର୍ଣ୍ଣପୁର ଓ କନ୍ଧମାଳଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.3 ° C
    28.3 °
    28.3 °
    70 %
    2.5kmh
    41 %
    Wed
    28 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ