Friday, October 2, 2026
29.9 C
Odisha

    ଲଘୁଚାପରେ ପରିଣତ ହେଲା ଘୁର୍ଣ୍ଣିବଳୟ, ଓଡ଼ିଶାକୁ ବାତ୍ୟା ଭୟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   : ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ବ୍ୟାପ୍ତି ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ରହିଛି। ଆସନ୍ତା ୨୪ ତାରିଖ ବେଳକୁ ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହାର ପ୍ରଭାବରେ ଆଣ୍ଡାମାନ, ନିକୋବର ଦୀପପୁଞ୍ଜରେ ବର୍ଷା ଆରମ୍ଭ ହୋଇଗଲାଣି ।

    ୨୭ବେଳକୁ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବଡ ବର୍ଷା ଭୟ ରହିଛି । ଏବେଠାରୁ ଏ ସଂକ୍ରାନ୍ତରେ ସତର୍କ କରିଛନ୍ତି ପାଣିପାଗ ବିଜ୍ଞାନୀ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । କିଛି ମଡେଲ୍ ଦର୍ଶାଇଛି ଏହା ୨୬ରେ ବାତ୍ୟାରେ ପରିଣତ ହେବା ଆଶଙ୍କା ରହିଛି। ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ଓ ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇ ନପାରେ। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ, ତାହା ୨୭ ତାରିଖରେ ସ୍ପଷ୍ଟ ହେବ । କିନ୍ତୁ ଅବପାତରେ ପରିଣତ ହେବା ପରେ ୨ରୁ ୩ଦିନ ଆହୁରି ଘନୀଭୂତ ହେବା ସମ୍ଭାବନା ଥିବାରୁ ଏହା ଶକ୍ତିଶାଳୀ ହେବା ଆଶଙ୍କା ରହିଛି ।

    ସମ୍ଭାବ୍ୟ ବାତ୍ୟା ଯେଉଁଠାରେ ଲ୍ୟାଣ୍ଡଫଲ୍ କଲେ ମଧ୍ୟ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ତେଣୁ କୃଷି ପାଣିପାଗ ବିଶେଷଜ୍ଞ ଚାଷୀମାନଙ୍କୁ ସତର୍କତା ପଦକ୍ଷେପ ନେବା ଆବଶ୍ୟକ ବୋଲି କହିଛନ୍ତି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବଡ଼ ବର୍ଷା ଭୟ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.9 ° C
    29.9 °
    29.9 °
    59 %
    1.3kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ