Sunday, February 22, 2026
25.3 C
Odisha

    ଲଘୁଚାପ ପ୍ରଭାବରେ ୫ ଦିନ ଯାଏଁ ପ୍ରବଳ ବର୍ଷା, ଏହିସବୁ ଜିଲ୍ଲାକୁ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଆହୁରି ୫ ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଯେହେତୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।

    ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାକି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ୪୮ ଘଣ୍ଟାରେ ଉତ୍ତର ଆନ୍ଧ୍ର ଉପକୂଳ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଗତି କରିବ।

    ତେଣୁ ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାକୁ ନଜରରେ ରଖି ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ। ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ ମଧ୍ୟ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.3 ° C
    25.3 °
    25.3 °
    25 %
    2.4kmh
    0 %
    Sun
    27 °
    Mon
    35 °
    Tue
    34 °
    Wed
    34 °
    Thu
    35 °

    ସମ୍ବନ୍ଧିତ