Saturday, October 17, 2026
23.8 C
Odisha

    ଲଘୁଚାପ ବର୍ଷାରେ ଭିଜିବ ଦୀପାବଳି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସୁଛି ଲଘୁଚାପ । ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ସଲଗ୍ନ ଦକ୍ଷିଣ-ପୂବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ କାରଣରୁ ଗତକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଛି। ଆଜି ମଧ୍ୟ ଏକାଧିକ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୪ଟି ଜିଲ୍ଲାରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ସହ ବର୍ଷା ହୋଇପାରେ । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ଆକଳନ କରିଛି ପାଣିପାଗ କେନ୍ଦ୍ର।

    ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ସୃଷ୍ଟି ହେବ ଲୋପ୍ରେସର। ଏହା କ୍ରମଶଃ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ। କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣବଙ୍ଗୋପସାଗରର ଉପରେ ଏହା ଡିପ୍ରେସନର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଲଘୁଚାପରେ ପରିଣତ ହେବା ପରେ ଏହା ବାତ୍ୟାର ରୂପ ନେବ କି ନାହିଁ ତାହା ଆକଳନ କରାଯାଇପାରିବ ବୋଲି କୁହାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ଦୁଇ ଦିନ ଯାଏ ରାଜ୍ୟରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.8 ° C
    23.8 °
    23.8 °
    89 %
    0.3kmh
    70 %
    Sat
    30 °
    Sun
    31 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ