Friday, October 18, 2024
30.6 C
Odisha

    ଲୁହା କଡ଼େଇରେ ମହାପ୍ରସାଦ ରୋଷେଇ ପ୍ରସଙ୍ଗ ; ୩ ସୁପକାରଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା

    ଆଗକୁ ପଢନ୍ତୁ

    ପୁରୀ : ଲୁହା କଡ଼େଇରେ ମହାପ୍ରସାଦ ରାନ୍ଧିବା ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ । ରୋଷ ମଧ୍ୟରେ ଲୁହା କଡେଇ ବ୍ୟବହାର ନେଇ ୩ ଜଣ ସୁପକାରଙ୍କୁ ଶ୍ରୀମନ୍ଦିର ପରିସରକୁ ପ୍ରବେଶ ନିଷିଦ୍ଧ କରାଯାଇଛି । ଏଥିସହ ସେମାନେ ମନ୍ଦିର ରୋଷଘରକୁ ଯାଇପାରିବେ ନାହିଁ । ଏହି ୩ ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି । ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ର ୨୧-ଖ (କ) ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି । ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି ।
    ଗତମାସ ୧୨ ତାରିଖରେ ଶ୍ରୀମନ୍ଦିର ରୋଷରେ ଅନ୍ନ ରନ୍ଧନରେ ଲୁହା କଡେଇ ବ୍ୟବହାର ନେଇ ଅଭିଯୋଗ ଆସିଥିଲା । ଏହାପରେ ତଦନ୍ତ ସହ କଡ଼େଇ ଜବତ ପାଇଁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଥିଲେ । ସୁଆର ମହାସୁଆର ନିଯୋଗ, ବିଡୁଆ ପନ୍ତି, ବଡୁ ନିଯୋଗ, ରୋଷ ପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମିନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡେଇ ଜବତ କରି ରିପୋର୍ଟ ଦାଖଲ କରିବାକୁ କୁହାଯାଇଥିଲା । ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡେଇ ଜବତ କରିବାକୁ ମଧ୍ୟ ଜଣାଇ ଦିଆଯାଇଥିଲା । ସମ୍ପୃକ୍ତ ସେବକଙ୍କ କଡେଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ମୁଖ୍ୟ ପ୍ରଶାସକ ଶ୍ରୀମନ୍ଦିର କମାଣ୍ଡର ଓ ବରିଷ୍ଠ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
    ଏହି ରିପୋର୍ଟ ଆସିବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ । ପୂର୍ବ ନିର୍ଦ୍ଦେଶ ପରେ ଅନ୍ୟ ସୁପକାରମାନେ କଡେଇ ବାହାର କରି ନେଇଥିବା ଜଣାପଡ଼ିଛି । ତେବେ ବାରଣ ସତ୍ତ୍ୱେ ୩ ଜଣ ସୁପକାର କୋଠଭୋଗ ରୋଷରେ ଲୁହା କଡେଇ ବ୍ୟବହାର କରି ଅନ୍ନ, ଡାଲି ରୋଷେଇ କରିଥିବା ଜଣାପଡିବା ପରେ ମୁଖ୍ୟ ପ୍ରଶାସକ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୩ ସୁପକାରଙ୍କୁ କାରଣଦର୍ଶାଅ ନୋଟିସ ଜାରି କରିବା ସହ ଶ୍ରୀମନ୍ଦିର ଏବଂ ରୋଷଘରେ ପ୍ରବେଶ ନିଷିଦ୍ଧ କରାଯାଇଛି । ପ୍ରବେଶ ନିଷିଦ୍ଧ କଟକଣା କାର୍ଯ୍ୟକାରୀ କରିବାକୁ ବିହୀତ ପଦକ୍ଷେପ ନେବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଏବଂ ଦେଉଳ କରଣଙ୍କୁ ଆଦେଶ ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.6 ° C
    30.6 °
    30.6 °
    64 %
    1.3kmh
    27 %
    Fri
    31 °
    Sat
    30 °
    Sun
    30 °
    Mon
    30 °
    Tue
    29 °

    ସମ୍ବନ୍ଧିତ