Tuesday, September 9, 2025
31.3 C
Odisha

    ଲୋକସେବା ଭବନରେ ଓଡ଼ିଶା ଟେକ୍ସର ଶୁଭାରମ୍ଭ, ୬ଟି ଟେକ୍ସଟାଇଲ୍ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଲୋକସେବା ଭବନ କନଭେନସନ ହଲ୍‌ରେ ଶୁଭାରମ୍ଭ ହେଲେ ‘ଓଡ଼ିଶା ଟେକ୍ସ ୨୦୨୫’ । ଏହି ଶିଳ୍ପ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିଛନ୍ତି । ଏହି କାର୍ଯ୍ୟକ୍ରମରେ ୩୦୦ରୁ ଅଧିକ ଶିଳ୍ପପତି ଯୋଗ ଦେଇଛନ୍ତି ।

    ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି । ଏହାସହ ଏକାଧିକ ଏମଓୟୁ ସ୍ବାକ୍ଷରିତ ହୋଇଛି । ଯାହାଦ୍ୱାରା ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହି ସମ୍ମିଳନୀର ମୂଳ ଲକ୍ଷ୍ୟ ଟେକ୍ସଟାଇଲ୍ ଓ ଆପାରେଲ୍ ଉତ୍ପାଦନ କ୍ଷେତ୍ରରେ ଦେଶରେ ଅଗ୍ରଣୀ ରାଜ୍ୟରେ ପରିଣତ ହେବ ଓଡ଼ିଶା । ସମୃଦ୍ଧ ଓଡ଼ିଶା ୨୦୩୬ ଦିଗରେ ଏହା ଏକ ଦୃଢ଼ ପଦକ୍ଷେପ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    31.3 ° C
    31.3 °
    31.3 °
    58 %
    2.1kmh
    43 %
    Tue
    30 °
    Wed
    32 °
    Thu
    31 °
    Fri
    31 °
    Sat
    29 °

    ସମ୍ବନ୍ଧିତ