Friday, October 2, 2026
25.2 C
Odisha

    ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌ : ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଗାଇଡ୍‌ଲାଇନ୍‌ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ କରୁଥିବା ବ୍ୟକ୍ତି ହୁଅନ୍ତୁ କି ବାହାର ଲୋକ, ରିଲ୍ସ ମନା। ଲୋକସେବା ଭବନରେ ରିଲ୍ସର କୌଣସି ଅବକାଶ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।

    ଆଗକୁ ଗୃହ ବିଭାଗ ଲୋକସେବା ଭବନ ସୁରକ୍ଷାକର୍ମୀଙ୍କୁ ଏ ବାବଦରେ କଡ଼ା ତାଗିଦ କରିବ। ରିଲ୍ସ ହେଉଥିଲେ ଲୋକସେବା ଭବନ ସୁରକ୍ଷାକର୍ମୀ ଓ ପୋଲିସ ତୁରନ୍ତ ପଦକ୍ଷେପ ନେବେ। ଲୋକସେବା ଭବନରେ ରିଲ୍ସ ମୋ’ ନଜରକୁ ଆସି ନ ଥିବା ପ୍ରତିକ୍ରିୟାରେ କହିଛନ୍ତି ମନ୍ତ୍ରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ