Tuesday, July 14, 2026
29 C
Odisha

    ଶରଧାବାଲି ଦଳଚକଟା ଘଟଣା: ଦତନ୍ତରେ ସହଯୋଗ କରିବେ ୪ ଓଏଏସ୍‌ ଅଧିକାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୁରୀର ଶରଧାବାଲିରେ ଗତ ରବିବାର ଦିନ ଭୋର୍‌ରୁ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି। ଉନ୍ନୟନ କମିସନରଙ୍କ ନେତୃତ୍ବରେ ତଦନ୍ତ ପାଇଁ ଗଠନ କରାଯାଇଥିବା ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ନିର୍ଦ୍ଦେଶନାମା ଜାରି ହୋଇଛି।ନିର୍ଦ୍ଦେଶନାମରେ କୁହାଯାଇଛି, ରାଜ୍ୟ ସରକାର ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ କୁମାର ସାହୁଙ୍କୁ ତଦନ୍ତକାରୀ ଟିମ୍‌ରେ ସାମିଲ କରିଛନ୍ତି। ଏହି ୪ଜଣ ଜଣ ଓଏଏସ୍‌ ଅଧିକାରୀ ପ୍ରତିଦିନ ଉନ୍ନୟନ କମିସନରଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଅପରାହ୍‌ଣ ୩ଟାରୁ ୫ଟା ଯାଏଁ ତଦନ୍ତ ପାଇଁ ସମୟ ଦେବେ।ଶରଧାବାଲି ଦଳାଚକଟା ପରେ ଏହି ଖବର ପୂରା ଦେଶରେ ଚର୍ଚ୍ଚା ହୋଇଥିଲା। ଜାତୀୟ ଗଣମାଧ୍ୟମରେ ମଧ୍ୟ ଖବର ପ୍ରକାଶ ପାଇଥିଲା। ବିରୋଧୀ ଦଳର ନେତାମାନେ ରାଜ୍ୟ ସରକାରଙ୍କୁ ଘେରିଥିଲେ।

    ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ, ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ସକାଳ ଦର୍ଶନ ସମୟରେ ଭୀଷଣ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ୩ ଜଣ ଭକ୍ତଙ୍କ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି। ଏହି ଦୁଃଖଦାୟକ ଘଟଣାରେ ଆହତ ହୋଇଥିବା ସମସ୍ତ ଭକ୍ତଙ୍କ ଆଶୁଆରୋଗ୍ୟ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ରଥଯାତ୍ରାରେ ଅଭାବନୀୟ ଭିଡ଼ ପରିଚାଳନା ପାଇଁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଏହାର ମାତ୍ର ଦିନକ ପରେ ପୁଣି ଆଜିର ଅଘଟଣ ଦର୍ଶାଉଛି। ଶ୍ରଦ୍ଧାଳୁଙ୍କ ପାଇଁ ଏକ ଶାନ୍ତି ତଥା ଭାବପୂର୍ଣ୍ଣ ରଥଯାତ୍ରା ସୁନିଶ୍ଚିତ କରିବାରେ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ପ୍ରତ୍ୟକ୍ଷଦର୍ଶୀମାନେ କହୁଛନ୍ତି, ଏହି ଭୟାବହ ଅଘଟଣ ଘଟିବା ସମୟରେ ଭିଡ଼ ନିୟନ୍ତ୍ରଣ କରିବା ପାଇଁ କୌଣସି ସରକାରୀ ବ୍ୟବସ୍ଥା ସେଠାରେ ନଥିଲା; ଯାହା ଦାୟିତ୍ୱରେ ଚରମ ଅବହେଳାକୁ ଦର୍ଶାଉଛି।

    ତିନି ଜଣ ଶ୍ରଦ୍ଧାଳୁ ମୃତ୍ୟୁ ନେଇ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମୁହଁ ଖୋଲିଥିଲେ। ସାମାଜିକ ଗଣମାଧ୍ୟମ ‘ଏକ୍ସ‘ରେ ଟୁଇଟ୍‌ କରି ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଥିଲେ। ଏହି ଘଟଣା ନେଇ ଦୁଃଖ ପ୍ରକାଶ କରିବା ସହିତ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଥିଲେ। କଂଗ୍ରେସ ସାଂସଦ ରାହୁଲ କହିଥିଲେ, ପୁରୀରେ ରଥଯାତ୍ରା ସମୟରେ ଘଟିଥିବା ଦଳାଚକଟା ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାରକୁ ମୁଁ ସମବେଦନା ଜଣାଉଛି ଏବଂ ଆହତ ଶ୍ରଦ୍ଧାଳୁମାନେ ଶୀଘ୍ର ଆରୋଗ୍ୟ କାମନା କରନ୍ତୁ ବୋଲି ଆଶା ରଖିଛି। ଓଡ଼ିଶା ସରକାରଙ୍କ ଠାରେ ଅପିଲ କରିବାକୁ ଚାହିଁବି, ଉଦ୍ଧାରକାର୍ଯ୍ୟ ତ୍ବାରାନ୍ବିତ କରନ୍ତୁ ଏବଂ କଂଗ୍ରେସ କର୍ମକର୍ତ୍ତାଙ୍କ ଠାରୁ ଆଶା କରୁଛି ଯେ, ସେମାନେ ଯଥା ସମ୍ଭବ ସହଯୋଗ କରନ୍ତୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29 ° C
    29 °
    29 °
    72 %
    1.4kmh
    100 %
    Tue
    28 °
    Wed
    31 °
    Thu
    31 °
    Fri
    24 °
    Sat
    23 °

    ସମ୍ବନ୍ଧିତ