Tuesday, September 29, 2026
29.2 C
Odisha

    ଶାମ୍ବ ଦଶମୀରେ କାହିଁକି ପାଳନ କରାଯାଏ ,ଆସନ୍ତୁ ଜାଣିବା

    ଆଗକୁ ପଢନ୍ତୁ

    ଶାମ୍ବ ଦଶମୀରେ ସୂର୍ଯ୍ୟ ଦେବତାଙ୍କ ପୂଜା କରାଯାଏ। ଏ ନେଇ ପ୍ରାତଃରୁ ଚନ୍ଦ୍ରଭାଗା ତଟରେ ଶ୍ରଦ୍ଧାଳୁ ସୂର୍ଯ୍ୟ ଦେବତାଙ୍କ ପୂଜାର୍ଚ୍ଚନା କରିଛନ୍ତି।

    କାହିଁକି ପାଳନ ହୁଏ: ପୌରାଣିକ କିମ୍ବଦନ୍ତୀ ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ ଅଭିଷପ୍ତ ହୋଇ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇଥିଲେ। ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ ସୂର୍ଯ୍ୟ ଦେବତାଙ୍କ ଆରାଧନା କରିବା ପରେ ସେ କୁଷ୍ଠ ରୋଗରୁ ଭଲ ହୋଇଥିବା କୁହାଯାଏ। ଏହି ଦିନରେ ସୂର୍ଯ୍ୟ ଦେବତାଙ୍କ ପୂଜା ଲାଗି ବିଭିନ୍ନ ପ୍ରକାରର ପିଠା, ମିଠା ପ୍ରସ୍ତୁତ କରିବା ସହ ଘାଣ୍ଟ ତରକାରୀ ଭୋଗ ଲଗାଯାଏ।

    ଅନ୍ୟପଟେ କୋଣାର୍କରେ ଏହି ଦିନ ସୂର୍ଯ୍ୟ ରଥ ଯାତ୍ରା ଅନୁଷ୍ଠିତ ହେବ। ହୋମ ଓ କଳସ ସ୍ଥାପନ ପରେ ସୂର୍ଯ୍ୟ ଦେବତାଙ୍କ ବିଗ୍ରହକୁ ରଥାରୁଢ଼ କରାଯିବ। ପରେ ରଥ ଉପରେ ୧୦୮ କାକରା, ବରା ଓ ପୋଡ଼ପିଠା ଲାଗି ହେବ। ଏହି ରଥ ୨୭ ଦିନ ପର୍ଯ୍ୟନ୍ତ ଚନ୍ଦ୍ରଭାଗାରେ ରହି ୨୭ ନକ୍ଷତ୍ରରେ ପୂଜାର୍ଚ୍ଚନା ପରେ ମାଘ ସପ୍ତମିରେ ବାହୁଡା ଯାତ୍ରା ଅନୁଷ୍ଠିତ ହେବ।ଶାମ୍ବ ଦଶମୀକୁ ଚାନ୍ଦ୍ରମାନ ବର୍ଷର ଶେଷ ପର୍ବ କହିବାର ତାତ୍ପର୍ଯ୍ୟ ହେଉଛି ଏହାପରେ ଚିତାଲାଗି ଅମାବାସ୍ୟା ପର୍ଯ୍ୟନ୍ତ ପ୍ରାୟ ଛଅମାସ ପର୍ଯ୍ୟନ୍ତ ଆଉ ଏତେ ପିଠାପଣାର ପର୍ବ ପଡ଼େ ନାହିଁ। ଓଡ଼ିଆଙ୍କ ସୁସ୍ୱାଦୁ, ସୁମିଷ୍ଟ, ତୃପ୍ତିକର ଖାଦ୍ୟ ପ୍ରସ୍ତୁତି ଦକ୍ଷତାର ଅସଲ ନିଦର୍ଶନା କଥା ଅଛି-‘ଶମ୍ବର ଦଶମୀରେ ମଣିଷ ଗୋଟିଏକୁ ପିଠା ଗୋଟିଏ।’କୃଷିପ୍ରଧାନ ଓଡ଼ିଶା ରାଜ୍ୟରେ ଏ ସମୟ ପନିପରିବାର ପ୍ରାଚୁର୍ଯ୍ୟର ସମୟ। ବିଭିନ୍ନ ପନିପରିବାରେ ଏ ପର୍ବରେ ଯେଉଁ ତରକାରୀ ପ୍ରସ୍ତୁତ ହୁଏ, ତାକୁ “ଘଡ଼ଘଡ଼ା ତିଅଣ” କୁହାଯାଏ। ଏହି ପର୍ବର ମୁଖ୍ୟ ହେଉଛି ଏହି ଘାଣ୍ଟ ତରକାରୀ ଘଡ଼ାଘଡ଼ା ତିଅଣ।

    ଶାମ୍ବଦଶମୀ ପର୍ବ: ମାଆ ମାନେ ନିଜ ସନ୍ତାନସନ୍ତତିଙ୍କ ମଙ୍ଗଳ କାମନା କରି ଶାମ୍ବଦଶମୀ ପର୍ବ ନିଷ୍ଠାର ସହ ପାଳନ କରନ୍ତି। ଏହି ପର୍ବର ବିଶେଷତ୍ୱ ହେଉଛି ସୂର୍ଯ୍ୟଙ୍କର ଆକାଶରେ ତିନି ସ୍ଥିତିକୁ ଲକ୍ଷ୍ୟ କରି ଘରେ ତିନି ପ୍ରକାର ଧୂପ ବା ପୂଜା ଅନୁଷ୍ଠିତ ହୋଇଥାଏ। ଅରୁଣୋଦୟ ସମୟରେ ପ୍ରଥମ ଧୂପ ହୁଏ। ହିନ୍ଦୁ ନାରୀ ଶୁଦ୍ଧପୂତ ଶୁଚିମନ୍ତ ହୋଇ ଏହି ମୂହୁର୍ତ୍ତରେ ଫଳମୂଳ ଓ ମିଷ୍ଟାନ୍ନ ଇତ୍ୟାଦି ନୈବେଦ୍ୟ ବାଢ଼ନ୍ତି।

    ବ୍ରାହ୍ମମୁହୂର୍ତ୍ତରେ ପୂଜାନୈବେଦ୍ୟ ବା ପ୍ରଥମ ଧୂପ ଅନୁଷ୍ଠାନ କରି ସୂର୍ଯ୍ୟପୁରାଣ ପାରାୟଣ କରିଥାନ୍ତି। ମଧ୍ୟାହ୍ନରେ ମଧ୍ୟାହ୍ନ ସୂର୍ଯ୍ୟ ତେଜୋଦୀପ୍ତ ଭାସ୍କରଙ୍କୁ ଦ୍ୱିତୀୟ ଧୂପ ଦିଆଯାଏ । ଏହା ଶାମ୍ବ ଦଶମୀର ମୁଖ୍ୟ ଧୂପ ।ଏଥିରେ ଗଇଁଠା, ଅଟକାଳି, ବିଭିନ୍ନ ପ୍ରକାରର ପିଠା, ଖେଚୁଡ଼ି, ଘଡ଼ଘଡ଼ା ତିଅଣ ଆଦି ଭୋଗ ହୁଏ । ଶେଷଧୂପ ବା ତୃତୀୟ ଧୂପ ହେଉଛି ସନ୍ଧ୍ୟା ସମୟର ଅସ୍ତାଚଳଗାମୀ ସୂର୍ଯ୍ୟଦେବଙ୍କ ନିମିତ୍ତ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    68 %
    2.5kmh
    8 %
    Tue
    29 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ