Monday, March 30, 2026
27.4 C
Odisha

    ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ସାମଗ୍ରିକ ଶିକ୍ଷାନୁଷ୍ଠାନ ତାଲିକାରେ ଦେଶରେ ୨୪ ତମ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ଅଗଷ୍ଟ ୧୨: ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କରିଛି ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ । ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍ନାଲ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗସ୍‌ର ନବମ ସଂସ୍କରଣରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୪ ତମ ସ୍ଥାନ ହାସଲ କରି ସୋଆ ଗୋଟିଏ ପାହାଚ ଉପରକୁ ଉଠିଛି । ସୋମବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ର‌୍ୟାଙ୍କିଙ୍ଗ ଘୋଷଣା କରାଯାଇଛି । ଗତବର୍ଷ ସୋଆ ଦେଶରେ ୧୫ ତମ ର‌୍ୟାଙ୍କ ହାସଲ କରିଥିଲା । ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗସ୍‌ର ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ରାଜ୍ୟ ଶିକ୍ଷାମନ୍ତ୍ରୀ ଶ୍ରୀ ସୁକାନ୍ତ ମଜୁମ୍‌ଦାର ଉପସ୍ଥିତ ଥିଲେ । ସେହିପରି ସାମଗ୍ରିକ ଶିକ୍ଷାନୁଷ୍ଠାନ ତାଲିକାରେ ଗତବର୍ଷର ର‌୍ୟାଙ୍କିଙ୍ଗ ଠାରୁ ଦୁଇଟି ସ୍ଥାନ ଉପରକୁ ଯାଇ ସୋଆ ଏଥର ୨୪ ତମ ସ୍ଥାନ ହାସଲ କରିଛି । ୨୦୧୬ ମସିହାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୯ ବର୍ଷ ଧରି ଆୟୋଜିତ ହେଉଥିବା ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗସ୍‌ରେ ଦେଶର ଶ୍ରେଷ୍ଠ ୨୫ଟି ଉଚ୍ଚ ଶିକ୍ଷାନୁଷ୍ଠାନ ତାଲିକାରେ ନିଜ ସ୍ଥାନ ବଜାୟ ରଖିଛି ସୋଆ । ସେଥି ମଧ୍ୟରୁ ୭ ଥର ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜକୁ ସାମିଲ୍ କରି ପାରିଛି ସୋଆ । ଏହି ଡିମ୍‌ଡ ବିଶ୍ୱବିଦ୍ୟାଳୟ ଇଞ୍ଜିନିୟରିଂ କ୍ୟାଟେଗୋରିରେ ଗତ ବର୍ଷ ୨୭ ତମ ର‌୍ୟାଙ୍କ ହାସଲ କରିଥିବା ବେଳେ ଚଳିତ ବର୍ଷ ଏଥିରେ ଉନ୍ନତି ଘଟି ୨୬ ତମ ସ୍ଥାନରେ ପହଂଚିଛି । ମେଡିକାଲ୍ ସାଇନସେସ୍ କ୍ୟାଟେଗୋରିରେ ଦେଶରେ ସୋଆ ୨୧ ତମ, ଡେଂଟାଲ୍ ଏବଂ ଲ\’ କ୍ୟାଟେଗୋରିରେ ନବମ ସ୍ଥାନରେ ରହିଛି । ସେହିପରି ମ୍ୟାନେଜମେଂଟ ସାଇନସେସ୍ କ୍ୟାଟେଗୋରିରେ ୬୨ତମ ଏବଂ ରିସର୍ଚ୍ଚ କ୍ୟାଟେଗୋରିରେ ୫୦ ତମ ସ୍ଥାନ ହାସଲ କରିଛି ସୋଆ ।
    ସୋଆର ଦୁଇଟି ଶିକ୍ଷାନୁଷ୍ଠାନ ଫାକଲ୍ଟି ଅଫ୍ ଲ (ସୋଆ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଲ) ଏବଂ ଫାକଲ୍ଟି ଅଫ୍ ଡେଂଟାଲ୍ ସାଇନସେସ୍ (ଇନଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନସେସ୍‌) ନବମ ସ୍ଥାନ ହାସଲ କରି ଟପ୍ ଟେନ୍ ତାଲିକାରେ ରହିଛନ୍ତି । ସୋଆ ୨୦୨୨ରେ ନ୍ୟାସନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନସିଲ୍ (ନାକ୍‌) ଦ୍ୱାରା ସର୍ବାଧିକ ଏ ++ ଗ୍ରେଡ୍ ହାସଲ କରି ପୁନଃ ସ୍ୱୀକୃତି ଲାଭ କରିଥିଲା । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏହି ଅବସରରେ ଖୁସି ବ୍ୟକ୍ତ କରିବା ସହ ବିଶ୍ୱବିଦ୍ୟାଳୟର ଫାକଲ୍ଟି, ଗବେଷକ ଏବଂ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ସୋଆକୁ ଆହୁରି ଉଚ୍ଚକୁ ନେବା ନିମନ୍ତେ ସେମାନଙ୍କର ଏହି ଉଦ୍ୟମକୁ ଜାରି ରଖିବା ନିମନ୍ତେ ପ୍ରୋତ୍ସାହିତ କରିଛନ୍ତି । ସୋଆର କୂଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ବିଶ୍ୱବିଦ୍ୟାଳୟର ଏହି ସଫଳତା ନିମନ୍ତେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଏହି ବିଶ୍ୱବିଦ୍ୟାଳୟକୁ ଆଗାମି ୫ ବର୍ଷ ମଧ୍ୟରେ ଦେଶର ଶ୍ରେଷ୍ଠ ୧୦ଟି ବିଶ୍ୱବିଦ୍ୟାଳୟ ତାଲିକାରେ ସ୍ଥାନିତ କରିବା ପାଇଁ କଠିନ ପରିଶ୍ରମ ଜାରି ରଖିବା ନିମନ୍ତେ ଆହ୍ୱାନ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    54 %
    2.4kmh
    56 %
    Mon
    28 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ