Wednesday, October 7, 2026
22.1 C
Odisha

    ଶିକ୍ଷୟତ୍ରୀଙ୍କୁ ମିଳିବ ମାତୃତ୍ବ ଛୁଟି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏହାସହିତ ଅନ୍ୟ ସରକାରୀ କର୍ମଚାରୀ ମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକ ମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ। ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟତ୍ରୀ ଉପକୃତ ହେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    86 %
    1.1kmh
    0 %
    Wed
    31 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ