Saturday, June 20, 2026
27 C
Odisha

    ଶୀତଳ ଷଷ୍ଠୀ ପାଇଁ ୧କୋଟି ୮ଲକ୍ଷ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ସମ୍ବଲପୁର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ସମ୍ବଲପୁର ଜିଲ୍ଲା ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ଚଳିତ ବର୍ଷ ସମ୍ବଲପୁର ଜିଲ୍ଲାର ସର୍ବମୋଟ ୨୧ଟି କମିଟିଙ୍କୁ ୧ କୋଟି ୮ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ।

    ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ସମ୍ବଲପୁରର ଶୀତଳ ଷଷ୍ଠୀ ପର୍ବ ଆମ ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଐତିହ୍ୟ ଓ ପରମ୍ପରା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଶୀତଳ ଷଷ୍ଠୀକୁ ଭବ୍ୟତାର ସହ ପାଳନ କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆମ ଓଡ଼ିଶାର ପର୍ବପର୍ବାଣୀ ଓ ଯାନିଯାତ୍ରାକୁ ବିଶ୍ୱ ଦରବାରରେ ଏକ ଅନନ୍ୟ ପରିଚୟ ପ୍ରଦାନ କରିବା ନିମନ୍ତେ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27 ° C
    27 °
    27 °
    76 %
    1.7kmh
    100 %
    Fri
    27 °
    Sat
    38 °
    Sun
    35 °
    Mon
    35 °
    Tue
    39 °

    ସମ୍ବନ୍ଧିତ