ସେହିପରି ଚାରିଦିନ ପୂର୍ବରୁ ସୂଚନାଥିଲା କି, ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG । ଲୋକସେବା ଭବନରେ ତୈଳ କମ୍ପାନୀର ପ୍ରତିନିଧି ଏବଂ ଯୋଗାଣ ବିଭାଗ ସଚିବଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସୂଚନା ଦେଇଥିଲେ । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସହରାଞ୍ଚଳରେ ପିଏନ୍ଜି ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିଲା । ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ବୋଲି କୁହାଯାଇଥିଲା ଏହି ନିୟମ । ପ୍ରଥମେ ସହରାଞ୍ଚଳରେ ଲାଗୁହେବ ନିୟମ । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟକାରୀ କରାଯିବ ।
