Saturday, March 21, 2026
19.7 C
Odisha

    ଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ଲୋକସେବା ଭବନ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଦୀର୍ଘ ପାଞ୍ଚ ଦଶନ୍ଧି ଧରି ପାର୍ଲାମେଣ୍ଟର ବିଭିନ୍ନ ଗୃହର ସଦସ୍ୟ ଥିବା ସ୍ବର୍ଗତ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ଦିବସରେ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ମନ୍ତ୍ରୀଗଣ ଏବଂ ବିଧାୟକ ମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୨୦୧୮ ମସିହା ଆଜିର ଦିନରେ ଏହି ସର୍ବମାନ୍ୟ ମହାନ୍ ଜନନାୟକ ସ୍ଵର୍ଗାରୋହଣ କରିଥଲେ। ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ସମେତ ଅନେକ ବିଧାୟକ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    79 %
    0.7kmh
    99 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    37 °

    ସମ୍ବନ୍ଧିତ