Friday, April 3, 2026
29.7 C
Odisha

    ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି, ୫ ଘଣ୍ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ : ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ । ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦିନ ୧ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି । ମାଆ ଲକ୍ଷ୍ମୀ ଠାକୁରାଣୀ ସାଜିବେ ରୁକ୍ମିଣୀ । ଶ୍ରୀମଦନମୋହନ ସାଜିବେ କୃଷ୍ଣ ।  ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ମଧ୍ୟ ଅନୁଷ୍ଠିତ ହେବ।

    ଜ୍ୟେଷ୍ଠ ମାସ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ପ୍ରାତଃକାଳୀନ ପୂଜା ସମାପ୍ତ ହେବା ପରେ ଦକ୍ଷିଣ ଘରୁ ଶ୍ରୀକୃଷ୍ଣଙ୍କ ପ୍ରତିମା ଆଣି ଶ୍ରୀଜଗନ୍ନାଥଙ୍କ ପାଖରେ ରଖି ଆଜ୍ଞା ମାଗି ନନ୍ଦିଘୋଷରେ ସ୍ଥାପନ କରାଯାଏ । ଯିଏ ରୁକ୍ମିଣୀ ସେ ହିଁ ଲକ୍ଷ୍ମୀ ଅଟନ୍ତି । ସେ ସର୍ବଦା କୃଷ୍ଣଙ୍କ ହୃଦୟରେ ଅଧିଷ୍ଠିତା ହୋଇରହିଛନ୍ତି । ତେଣୁ ଏହି ଭାବନାରେ ବର୍ତ୍ତମାନ ମନୁଷ୍ୟ ବିଗ୍ରହ ଧାରଣ କରି କୃଷ୍ଣ ରୂପରେ ଜାତ ହୋଇଥିବାରୁ ଲକ୍ଷ୍ମୀ ରୁକ୍ମିଣୀ ରୂପରେ ଶ୍ରୀକୃଷ୍ଣଙ୍କ ପ୍ରାଣପ୍ରିୟା ପତ୍ନୀ ରୂପରେ ଜାତ ହୋଇଛନ୍ତି । ଶ୍ରୀମନ୍ଦିରରେ ପବିତ୍ର ଜ୍ୟେଷ୍ଠ ରୁକ୍ମିଣୀ ହରଣ ଏକାଦଶୀ ତିଥିରେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ମଦନମୋହନ ଓ ରୁକ୍ମିଣୀ (ଶ୍ରୀଦେବୀ)ଙ୍କ ବିବାହ ଉତ୍ସବ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ ହୋଇଥାଏ । ରୁକ୍ମିଣୀଙ୍କୁ ମହାଲକ୍ଷ୍ମୀଙ୍କ ଅବତାର ବୋଲି କୁହାଯାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29.7 ° C
    29.7 °
    29.7 °
    34 %
    2.3kmh
    77 %
    Fri
    30 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ