Tuesday, August 19, 2025
27.7 C
Odisha

    ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ

    ଆଗକୁ ପଢନ୍ତୁ

    ପୁରୀ  :  ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ ।

    ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ । ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ ।  ଏହାପରେ ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.7 ° C
    27.7 °
    27.7 °
    82 %
    1.1kmh
    100 %
    Tue
    27 °
    Wed
    30 °
    Thu
    30 °
    Fri
    28 °
    Sat
    26 °

    ସମ୍ବନ୍ଧିତ