Saturday, July 11, 2026
31.2 C
Odisha

    ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ

    ଆଗକୁ ପଢନ୍ତୁ

    ପୁରୀ  :  ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ ।

    ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ । ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ ।  ଏହାପରେ ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.2 ° C
    31.2 °
    31.2 °
    60 %
    5.1kmh
    100 %
    Sat
    32 °
    Sun
    29 °
    Mon
    27 °
    Tue
    25 °
    Wed
    26 °

    ସମ୍ବନ୍ଧିତ