Friday, October 18, 2024
29.5 C
Odisha

    ଶ୍ରୀମନ୍ଦିରରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ହେବ

    ଆଗକୁ ପଢନ୍ତୁ

    ପୁରୀ : ଶ୍ରୀମନ୍ଦିର ମଧ୍ୟରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ । ଶ୍ରୀମନ୍ଦିର ପରିଚାଳନା କମିଟି ଏହା ସ୍ଥିର କରିଥିବା ବେଳେ ଏ ନେଇ ସହଯୋଗ ପ୍ରଦାନ କରିବାକୁ ଓମ୍‌ଫେଡକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ । ଶ୍ରୀମନ୍ଦିରର ଆବଶ୍ୟକତାକୁ ନଜରରେ ରଖି ମନ୍ଦିର ପାଇଁ ଏକ ସ୍ୱତନ୍ତ୍ର ଡିପୋ ଖୋଲାଯିବା ନେଇ ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ ।
    ମୁଖ୍ୟ ପ୍ରଶାସକ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି । ଏ ନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି । ତେଣୁ ଶ୍ରୀମନ୍ଦିରରେ ଓମ୍‌ଫେଡ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ୍ ରଖିବା ଲାଗି ପଦକ୍ଷେପ ନେବାକୁ ଓମ୍‌ଫେଡକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପାଇଁ ସ୍ୱତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୂରଣ ହେବା ସହ ଅପମଶ୍ରିତ ଘିଅକୁ ମଧ୍ୟ ରୋକାଯାଇ ପାରିବ । ଏଥିସହିତ ଘିଅ ଦର ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି । ଅନ୍ୟପକ୍ଷରେ ଶ୍ରୀମନ୍ଦିର ମଧ୍ୟକୁ ଓମ୍‌ଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ । ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗକୁ ଜଣାଇ ଦିଆଯାଇଛି । ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ । ଏଣିକି ଅନ୍ୟ ଛାପ ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରି ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.5 ° C
    29.5 °
    29.5 °
    72 %
    1.4kmh
    91 %
    Fri
    29 °
    Sat
    31 °
    Sun
    25 °
    Mon
    29 °
    Tue
    29 °

    ସମ୍ବନ୍ଧିତ