Monday, September 7, 2026
31 C
Odisha

    ଶ୍ରୀମନ୍ଦିରରେ ଚାଲିଛି କୃଷ୍ଣ ଲୀଳା, ଆଜି କାଳୀୟଦଳନ ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ଆଗକୁ ପଢନ୍ତୁ

    ପୁରୀ : ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଆସୁର ବଧ ନୀତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁ ବାଲଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ |

    ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ । ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ । ଏହାପରେ ଅନ୍ୟାନ୍ୟ ନୀତି ପରେ ରତ୍ନ ସିଂହାସନ ଉପରେ ବିରାଜିତ ଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31 ° C
    31 °
    31 °
    62 %
    3.3kmh
    67 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    30 °

    ସମ୍ବନ୍ଧିତ