Tuesday, October 13, 2026
23 C
Odisha

    ଶ୍ରୀମନ୍ଦିରରେ ପଡ଼ିଲା ରକ୍ତ ଛିଟା: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ, ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ : ଶ୍ରୀ ମନ୍ଦିରରେ ପୁଣି ରକ୍ତ ଛିଟା । ଶ୍ରୀ ମନ୍ଦିର ଭିତର କାଠ ନିକଟରେ ରକ୍ତଛିଟା ଦେଖିବାକୁ ମିଳିଛି । ଏଥିପାଇଁ ପାଇଁ ଶ୍ରୀଜିଉଙ୍କର ବଡ଼ ମହାସ୍ନାନ ହୋଇଛି । ଅବକାଶ ନୀତି ପରେ ବଡ଼ ମହାସ୍ନାନ କରାଯାଇଛି । ତେବେ ଠାକୁରଙ୍କର ଏହି ବଡ଼ ମହାସ୍ନାନ ନୀତି ପାଇଁ କାଳିଆଙ୍କର ଦର୍ଶନ ବନ୍ଦ ରହିଛି । ତେବେ ରକ୍ତ କେଉଁଠୁ ଆସିଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ମହାସ୍ନାନ ନୀତି ସରିବା ପରେ ଦର୍ଶନ ବ୍ୟବସ୍ଥା ସ୍ୱାଭାବିକ ହେବ ।

    ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ ଯଦି କେହି ସେବାୟତ କି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବଶତଃ ଶରୀରରୁ ରକ୍ତ ପଡେ କିମ୍ବା ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ । ଏହାପରେ ଠାକୁରଙ୍କର ମହାସ୍ନାନ କରାଯାଇଥାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23 ° C
    23 °
    23 °
    78 %
    1.3kmh
    0 %
    Mon
    23 °
    Tue
    30 °
    Wed
    29 °
    Thu
    30 °
    Fri
    30 °

    ସମ୍ବନ୍ଧିତ