Friday, April 3, 2026
39.1 C
Odisha

    ଶ୍ରୀମନ୍ଦିରରେ ବନକ ଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ : ଶ୍ରାବଣ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟା ୩୦ରୁ ରାତି ୧୧ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ