Sunday, October 18, 2026
23.2 C
Odisha

    ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ

    ଆଗକୁ ପଢନ୍ତୁ

    ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ଅର୍ଥାତ ଆପାଦ ମସ୍ତକ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧା ବିଗ୍ରହ । ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ସେହି ପରମ୍ପରା ଅନୁଯାୟୀ ଶନିବାର ଦିନ ବଡସିଂହାର ନୀତିରେ ମହାପ୍ରଭୂ ପଦ୍ମବେଶରେ ସଜ୍ଜିତ ହୋଇ ପହୁଡ ହେବେ । ସୋଲ,ଜରି, କନା, କଇଥ ଅଠାରେ ପ୍ରସ୍ତୁତ ପଦ୍ମବେଶକୁ ବଡଛତା ମଠ ପକ୍ଷରୁ ପ୍ରସ୍ତୁତ କରାଯାଇଥାଏ । କୀରୀଟ,ଚୂଳ, ହୃଦପଦକ, କରପଲ୍ଲବ,ଶ୍ରୀମୁଖ ପଦ୍ମରେ ବିଭୂଷିତ ହୋଇ ଝଲସିଥାନ୍ତି ମହାପ୍ରଭୁ।

    ତେବେ ପଣ୍ଡୁ ପୂର୍ଣ୍ଣିମା ଠାରୁ ବେଶ ଅନୁକୂଳ ଆରମ୍ଭ ହୋଇଥିବା ବେଳେ ଅତ୍ୟନ୍ତ ନିଷ୍ଠାର ସହ ମହାପ୍ରଭୁଙ୍କ ସେବାକରି ନିଜକୁ ଧନ୍ୟ ମନେ କରିଛନ୍ତି ବେଶ କାରିଗର ମାନେ। ଭଗବାନ ଏହି ଦୁର୍ଲଭ ବେଶରେ ସଜ୍ଜିତ ହୋଇ ଭକ୍ତର ମନସ୍କାମନା ପୂର୍ଣ୍ଣ କରିଥିବାର ଦୃଷ୍ଟାନ୍ତ ରହିଥିବା ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ମତ ରଖିଛନ୍ତି l ଏହି ବେଶରେ ମହାପ୍ରଭୁଙ୍କୁ ପଦ୍ମ ଚାଉଳରେ ଖିରି ଭୋଗ କରାଯିବାର ଵିଧି ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ