Friday, July 24, 2026
27.8 C
Odisha

    ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଲେ ଚତୁର୍ଦ୍ଧାବିଗ୍ରହ , ଶୂନ୍ୟ ପହଣ୍ଡିରେ ରଥକୁ ଆସିଲେ ସୁଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀ ଲୀଳା ଶେଷକରି ଆଜି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଲେ ଚତୁର୍ଦ୍ଧା ବିଗ୍ରହ । ମହାପ୍ରଭୁଙ୍କ ଆଗମନ ପାଇଁ ଶରଧାବାଲିରେ ଅପେକ୍ଷା କରିଛନ୍ତି ତାଳଧ୍ୱଜ, ନନ୍ଦିଘୋଷ ଓ ଦର୍ପଦଳନ । ଲକ୍ଷ ଲକ୍ଷ ଭକ୍ତଙ୍କ ମେଳରେ ବାହୁଡ଼ା ଯାତ୍ରା କରିବେ ପରଂବ୍ରହ୍ମ । ଗୁଣ୍ଡିଚା ମନ୍ଦିରରୁ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଛି । ଶୂନ୍ୟ ପହଣ୍ଡିରେ ରଥକୁ ପ୍ରଥମେ ପହଣ୍ଡି ହୋଇ ଆସିଲେ ସୁଦର୍ଶନ ।

    ପହଣ୍ଡି ପରେ ରଥ ଉପରେ ବିଜେ କରିଛନ୍ତି ସୁଦର୍ଶନ। ଏହାପରେ ରଥରେ ଜଣକ ପରେ ଜଣେ ବିଜେ କରିବେ। ବାହୁଡ଼ା ଯାତ୍ରା ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଶରଧାବାଲିରେ ଘଣ୍ଟଘଣ୍ଟା ଓ କାହାଳୀ ନାଦରେ କମ୍ପୁଛି । ବାହୁଡ଼ା ଯାତ୍ରା ପାଇଁ ସବୁ ନୀତି ଶୀଘ୍ର ଚାଲିଛି। ଅପରାହ୍ଣ ସୁଦ୍ଧା ପହଣ୍ଡି ସରିବା ପରେ ଅପରାହ୍ଣ ୪ଟାରେ ତିନି ରଥ ଟଣା ଆରମ୍ଭ ହେବ ସୂଚନା ମିଳିଛି ।

    ବାହୁଡ଼ା ଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରାୟ ୨୨୦ ପ୍ଲାଟୁନ୍ ପୁଲିସ ଫୋର୍ସ, କେନ୍ଦ୍ରୀୟ ସୁରକ୍ଷା ବାହିନୀ ଏବଂ ବରିଷ୍ଠ ପୁଲିସ ଅଧିକାରୀମାନେ ମୁତୟନ ରହିଛନ୍ତି । ଟ୍ରାଫିକ୍ ନିୟନ୍ତ୍ରଣ, ଭିଡ଼ ପରିଚାଳନା ଓ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ବହୁସ୍ତରୀୟ ବ୍ୟବସ୍ଥା କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.8 ° C
    27.8 °
    27.8 °
    79 %
    2.3kmh
    81 %
    Fri
    27 °
    Sat
    26 °
    Sun
    28 °
    Mon
    29 °
    Tue
    28 °

    ସମ୍ବନ୍ଧିତ