Wednesday, April 8, 2026
24.2 C
Odisha

    ଶ୍ରୀମନ୍ଦିର ଭିତରେ ପ୍ରବେଶ ବେଳେ ଧରାପଡିଲେ ମହିଳା ବିଦେଶୀ ପର୍ଯ୍ୟଟକ

    ଆଗକୁ ପଢନ୍ତୁ

    ପୁରୀ: ପୁରୀ ଶ୍ରୀମନ୍ଦିର ଭିତରେ ପ୍ରବେଶ ବେଳେ ଧରାପଡିଲେ ମହିଳା ବିଦେଶୀ ପର୍ଯ୍ୟଟକ। ସେବାୟତଙ୍କ ଦ୍ୱାରା ମହିଳା ବିଦେଶୀ ପର୍ଯ୍ୟଟକଙ୍କୁ ଚିହ୍ନଟ କରାଯାଇଛି। ସିଂହଦ୍ଵାର ଥାନାରେ ମହିଳା ବିଦେଶୀ ପର୍ଯ୍ୟଟକଙ୍କ ସମେତ ଅନ୍ୟ ଜଣେ ଯୁବକଙ୍କୁ ଅଟକ ରଖାଯାଇଛି। ବାଇଶିପାହାଚ ନିକଟରୁ ବିଦେଶିନୀଙ୍କୁ ଚିହ୍ନଟ କରିଥିଲେ ସେବାୟତ। ମହିଳା ବିଦେଶୀ ପର୍ଯ୍ୟଟକ ଜଣଙ୍କ ପୋଲାଣ୍ଡ ନାଗରିକ ହୋଇଥିବା ବେଳେ, ସେ ଶ୍ରୀମନ୍ଦିର ଭିତରକୁ କେଉଁ କାରଣରୁ ପ୍ରବେଶ କଲେ ସେନେଇ ପୋଲିସ ଅଧିକ ଅନୁସନ୍ଧାନ କରୁଛି। ବିଦେଶିନୀଙ୍କ ସହିତ ଅନ୍ୟ ଜଣେ ଯୁବକ ଏକ ଦଳ ସହ ଶ୍ରୀମନ୍ଦିର ଭିତରକୁ ପଶିଥିବା ଜଣାପଡିଛି। ତାଙ୍କ ପାସପୋର୍ଟ ଯାଞ୍ଚ କରାଯାଉଥିବା ବେଳେ, ବିଦେଶିନୀ ଜଣକ ୨୦୨୩ରେ ଭାରତକୁ ଆସିଥିବା ଅତିରିକ୍ତ ଏସପି ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.2 ° C
    24.2 °
    24.2 °
    77 %
    1.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ