Wednesday, September 3, 2025
23.8 C
Odisha

    ଶ୍ରୀମନ୍ଦିର ସୁରକ୍ଷା ନେଇ ସବ୍‌କମିଟି ଗଠନ: ଧାଡି ଦର୍ଶନକୁ ଅନୁମୋଦନ

    ଆଗକୁ ପଢନ୍ତୁ

    ପୁରୀ   :   ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଆଜି ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି । ୧୪ ସବ୍‌କମିଟି ମଧ୍ୟରୁ ୪ଟି ଷ୍ଟାଚ୍ୟୁଟାରୀ ସବ୍‌କମିଟି । ଷ୍ଟାଚ୍ୟୁଟାରୀ ସବ୍‌କମିଟି -ଅର୍ଥ, ନୀତି, ରତ୍ନଭଣ୍ଡାର, ଅପିଲ୍‌ କମିଟି ଗଠନ କରାଯାଇଛି । ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ନେଇ ସବ୍‌କମିଟି ଗଠନ କରାଯାଇଛି । ଶ୍ରୀଜଗନ୍ନାଥ ତତ୍ତ୍ୱ, ଗବେଷଣା, ପ୍ରକାଶନ ଓ ପ୍ରସାର ସବ୍‌କମିଟି ଗଠନ କରାଯାଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେବକ କଲ୍ୟାଣ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେହିପରି ମୁଖ୍ୟପ୍ରଶାସକଙ୍କ ଅଧ୍ୟକ୍ଷତାରେ ବିଧି ସବ୍‌କମିଟି ଗଠନ କରାଯାଇଛି । ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି ସମନ୍ୱୟ ସବ୍‌କମିଟି ଗଠନ କରାଯାଇଛି ।

    ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ ମିଳିଛି। ସୁପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ୯ ଜଣ ସଦସ୍ୟ ଅଛନ୍ତି, ସବୁ ଦିଗରୁ ଅନୁଧ୍ୟାନ କରିବେ । ସମ୍ପୃକ୍ତ ନିଯୋଗ ସହ ଭଲ ଭାବେ ଆଲୋଚନା କରିବେ । ଯେପରି ଭାବେ ମହାପ୍ରଭୁଙ୍କ ନୀତି ବିଳମ୍ବିତ ନ ହେବ ଗୁରୁତ୍ୱ ଦେବେ । ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡି ଦର୍ଶନକୁ ଲାଗୁ କରାଯିବ । ଆବଶ୍ୟକତା ପଡିଲେ ଜିଲ୍ଲାପାଳଙ୍କ ନେତୃତ୍ୱାଧୀନ କମିଟି ସଂଶୋଧନ କରିବ । ଖୁବ୍‌ ଶୀଘ୍ର ଧାଡି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଉଛି । ନାଟମଣ୍ଡପରେ ବାତ୍ତାନୁକୁଳ କରିବା ପାଇଁ ଏଏସଆଇ ମଧ୍ୟ ଅନୁମୋଦ ଦେଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.8 ° C
    23.8 °
    23.8 °
    95 %
    1kmh
    100 %
    Wed
    24 °
    Thu
    28 °
    Fri
    30 °
    Sat
    30 °
    Sun
    31 °

    ସମ୍ବନ୍ଧିତ