Tuesday, October 6, 2026
30.4 C
Odisha

    ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି: ସାମ୍ବାଦିକାଙ୍କୁ ପ୍ରାଣାନ୍ତକ ଆକ୍ରମଣ ଅଭିଯୋଗ

    ଆଗକୁ ପଢନ୍ତୁ

    ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି ବଢ଼ିଥିବା ଚର୍ଚ୍ଚା ହେଉଛି। ସେବାୟତମାନଙ୍କର ଶ୍ରୀମନ୍ଦିରରେ ଦୌରାତ୍ମ ବଢ଼ିଯାଇଥିବା ଭକ୍ତମାନେ ଅନେକ ସମୟରେ ଅଭିଯୋଗ ଆଣିଛନ୍ତି। ସେବାୟତମାନେ ଗଣମାଧ୍ୟମର ପ୍ରତିନିଧିଙ୍କୁ ମଧ୍ୟ ଛାଡୁ ନାହାନ୍ତି। ଆଜି ଅପରାହ୍‌ଣରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ସେବାୟତମାନେ ପ୍ରାଣାନ୍ତକ ଆକ୍ରମଣ କରିଛନ୍ତି।ଜଣେ ମହିଳା ସାମ୍ବାଦିକାଙ୍କ ସହ‌ ଅନ୍ୟ ଗଣମାଧ୍ୟମର ପ୍ରତିନିଧି ଓ କ୍ୟାମେରା ମ୍ୟାନମାନଙ୍କୁ କିଭଳି ଭାବେ ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି ତାହା ଫଟୋରୁ ସ୍ପଷ୍ଟ ହେଉଛି। ସେବାୟତମାନେ ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ଟଙ୍କା ନେଇ ଭକ୍ତମାନଙ୍କୁ ଛାଡୁଥିବା ଅଭିଯୋଗ କରିଥିଲେ ଭକ୍ତ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବା ପରେ ଏହାକୁ ନେଇ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହାକୁ ନେଇ ଆଜି ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସେବାୟତ ଆକ୍ରମଣ କରିଥିଲେ। ଏହି ଘଟଣାରେ ସାମ୍ବାଦିକମାନଙ୍କ ପକ୍ଷରୁ ସିଂହଦ୍ଵାର ଥାନାରେ ଏତଲା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    57 %
    1.3kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ