Thursday, September 19, 2024
25.2 C
Odisha

    ସଡ଼କ ସୁରକ୍ଷା ପଦକ୍ଷେପରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ସମ୍ମାନ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

    ଆଗକୁ ପଢନ୍ତୁ

    ସଡ଼କ ସୁରକ୍ଷାରେ ପଦକ୍ଷେପ ନେବାରେ ଦେଶରେ ଶ୍ରେଷ୍ଠ ରାଜ୍ୟ ହୋଇଛି ଓଡ଼ିଶା । ଦିଲ୍ଲୀରେ ଆୟୋଜିତ ଫିକି ଷଷ୍ଠ ସଡ଼କ ସୁରକ୍ଷା କନକ୍ଲେଭ ଅବସରରେ ଓଡ଼ିଶାକୁ ସମ୍ମାନିତ କରିଛନ୍ତି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ । ଓଡ଼ିଶା ପକ୍ଷରୁ ଯୁଗ୍ମ ପରିବହନ କମିସନର (ସଡ଼କ ସୁରକ୍ଷା) ପ୍ରଦୀପ କୁମାର ମହାନ୍ତି କେନ୍ଦ୍ରମନ୍ତ୍ରୀଙ୍କ ନିକଟରୁ ସମ୍ମାନ ଗ୍ରହଣ କରିଛନ୍ତି । ସଡ଼କ ଦୁର୍ଘଟଣା ହ୍ରାସ ଦିଗରେ ସମସ୍ତ ରାଜ୍ୟ ନେଉଥିବା ପଦକ୍ଷେପ ମଧ୍ୟରେ ଓଡ଼ିଶାର ପଦକ୍ଷେପ ଉଚ୍ଚ ପ୍ରଶଂସିତ ହୋଇଛି । କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଓଡ଼ିଶାକୁ ସମ୍ମାନିତ କରିବା ସହ ଏନଫୋର୍ସମେଣ୍ଟ, ରୋଡ୍ ଇଞ୍ଜିନିୟରିଂ ଉପରେ ଅଧିକରୁ ଅଧିକ ପ୍ରାଧାନ୍ୟ ଦେବାକୁ ପରାମର୍ଶ ଦେଇଛନ୍ତି । ସଡ଼କ ସୁରକ୍ଷା ଦିଗରେ ଚାଳକମାନଙ୍କ ପ୍ରଶିକ୍ଷଣ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି । ଏକ୍ଷେତ୍ରରେ ଓଡ଼ିଶାର ସୁବାହକ ଯୋଜନାକୁ ସମଗ୍ର ଦେଶରୁ ଆସିଥିବା ସଡ଼କ ସୁରକ୍ଷା ବିଶେଷଜ୍ଞମାନେ ଉଚ୍ଚ ପ୍ରଶଂସା କରିଥିଲେ । ସରକାର ନିଜେ ସମସ୍ତ ଖର୍ଚ୍ଚ ବହନ କରି ରାଜ୍ୟରେ ଚାରିଟି ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରି ଯାନ ଚାଳକମାନଙ୍କୁ ଦେଉଥିବା ପ୍ରଶିକ୍ଷଣ ପଦ୍ଧତି ଓ ସେଠାରୁ ପ୍ରଶିକ୍ଷିତ ଚାଳକମାନଙ୍କ ଶୂନ୍ୟ ଦୁର୍ଘଟଣା କୀର୍ତ୍ତିମାନ ଅନ୍ୟ ରାଜ୍ୟ ପାଇଁ ଉଦାହରଣ ସାବ୍ୟସ୍ତ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.2 ° C
    25.2 °
    25.2 °
    91 %
    1.1kmh
    100 %
    Thu
    25 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ